Masthead

କାନ୍ଥ ପଡ଼ି ଶିଶୁ ମୃତ, ମା ଗୁରୁତର

ମାଲକାନଗିରି (ବଡ଼ ଖବର ବ୍ୟୁରୋ): କାନ୍ଥ ପଡ଼ି ଶିଶୁକନ୍ୟା ମୃତ । ମାଲକାନଗିରି ଜିଲ୍ଲା ପଡିଆ ବ୍ଳକ ମେଟାଗୁଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ବର୍ଷା ଯୋଗୁ ଏହି ଅଘଟଣ ଘଟିଛି ବୋଲି କୁହାଯାଉଛି। ଘରର କାନ୍ଥ ଭାଙ୍ଗିଯିବାରୁ ଜଣେ ଶିଶୁ କନ୍ୟା ମୃତ୍ୟୁ ହୋଇଥିବା ବେଳେ ଉଭୟ ବାପା ଓ ମା ଗୁରୁତର ହୋଇଥିବା ଜଣପଡିଛି । ଗତକାଲି ରାତିରେ ମେଟାଗୁଡ଼ା ଗାଁର ଆଇତା ମାଡ଼କାମୀ, ତାଙ୍କ ପତ୍ନୀ ଓ କୁନି ଝିଅ ସ୍ୱାତୀ ଘରେ ଶୋଇଥିଲେ।

ହଠାତ ଘରର ଏକ କାନ୍ଥ ସେମାନଙ୍କ ଉପରେ ପଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୪ ମାସର ଝିଅଟିର ମୃତ୍ୟୁ ହୋଇଛି । ଆଇତା ଓ ତାଙ୍କ ପତ୍ନୀଙ୍କ ଚିତ୍କାର ଶୁଣି ପଡ଼ୋଶୀମାନେ ଧାଇଁ ଆସିଥିଲେ। ସେମାନେ ଆଇତା ଓ ତାଙ୍କ ପତ୍ନୀଙ୍କୁ ଉଦ୍ଧାର କରି ନିକଟସ୍ଥ ପଡ଼ିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଅନ୍ୟପଟେ ଏ ନେଇ ଖବର ପାଇ ପଡିଆ ବିଡିଓ ରାମକୃଷ୍ଣ ନାୟକ ଘଟଣା ସ୍ଥଳରେ ପହଂଚି ସ୍ଥିତି ପରଖିବା ସହ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗାଇବା ପାଇଁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା