Masthead

ସଲମାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ହତ୍ୟା ଧମକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ । ସଲମାନଙ୍କୁ ମିଳିଛି ଧମକପୂର୍ଣ୍ଣ ଇମେଲ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ଇ-ମେଲ ଯୋଗେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି । ଏନେଇ ସଲମନଙ୍କ ଟିମ ପକ୍ଷରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ବିରୋଧରେ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରାଯାଇଛି । ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କ ସହ କଥା ହେବାକୁ ଇମେଲରେ ଜରିଆରେ ସଲମାନଙ୍କୁ କୁହାଯାଇଛି। ଏହି ଇମେଲଟି ୧୮ ମାର୍ଚ୍ଚରେ ଆସିଥିଲା।

ସଲମାନଙ୍କ ମ୍ୟାନେଜର ପ୍ରଶାନ୍ତ ଗୁଞ୍ଜଲକରଙ୍କ ଅଭିଯୋଗ କ୍ରମେ ମୁମ୍ବାଇ ପୋଲିସ ରବିବାର ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାର ଏବଂ ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆଇପିସିର ଧାରା ୧୨୦ (ବି), ୩୪ ଏବଂ ୫୦୬ (୩) ଅନୁଯାୟୀ ମାମଲା ରୁଜୁ କରିଛି।ମୋହିତ ଗର୍ଗଙ୍କ ଆଇଡିରୁ ପଠାଯାଇଥିବା ଇମେଲରେ କୁହାଯାଇଛି ଯେ, ସଲମାନ ଖାନଙ୍କ ସହ ଗୋଲ୍ଡି ଭାଇଙ୍କୁ କଥା ହେବାକୁ ପଡିବ। ଲରେନ୍ସ ବିଷ୍ଣୋଇଙ୍କ ସାକ୍ଷାତକାର ଆପଣ ନିଶ୍ଚୟ ଦେଖିଥିବେ, ଯଦି ଆପଣ ଏହାକୁ ଦେଖି ନାହାଁନ୍ତି ତେବେ ଦେଖିଦିଅନ୍ତୁ।

ଯଦି ତୁମେ ମାମଲା ବନ୍ଦ କରିବାକୁ ଚାହୁଁଛ, ତେବେ କଥାବାର୍ତ୍ତା କର। ଯଦି ଆପଣ ମୁହାଁମୁହିଁ କଥା ହେବାକୁ ଚାହାଁନ୍ତି ତେବେ ମୋତେ କୁହନ୍ତୁ। ତେବେ ଦୁଇ ଦିନ ତଳେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଲରେନ୍ସ ବିଷ୍ଣୋଇ ସଲମାନଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲା । ଏବେ ସଲମନଙ୍କୁ ମାରିବା ପାଇଁ ଠିକ୍ ସମୟ ନୁହେଁ । ଯେଉଁଦିନ ତାଙ୍କର ସୁରକ୍ଷା ହଟିବ ସେଦିନ ତାଙ୍କର ଶେଷ ଦିନ ହେବ । ସିଦ୍ଧୁ ମୁସେୱାଲାଙ୍କ ଭଳି ସଲମନ ଅହଙ୍କାରୀ ଥିଲା ବୋଲି କହିଥିଲା ଲରେନ୍ସ ବିଷ୍ଣୋଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ