ସଲମାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ହତ୍ୟା ଧମକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ । ସଲମାନଙ୍କୁ ମିଳିଛି ଧମକପୂର୍ଣ୍ଣ ଇମେଲ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ଇ-ମେଲ ଯୋଗେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି । ଏନେଇ ସଲମନଙ୍କ ଟିମ ପକ୍ଷରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ବିରୋଧରେ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରାଯାଇଛି । ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କ ସହ କଥା ହେବାକୁ ଇମେଲରେ ଜରିଆରେ ସଲମାନଙ୍କୁ କୁହାଯାଇଛି। ଏହି ଇମେଲଟି ୧୮ ମାର୍ଚ୍ଚରେ ଆସିଥିଲା।

ସଲମାନଙ୍କ ମ୍ୟାନେଜର ପ୍ରଶାନ୍ତ ଗୁଞ୍ଜଲକରଙ୍କ ଅଭିଯୋଗ କ୍ରମେ ମୁମ୍ବାଇ ପୋଲିସ ରବିବାର ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାର ଏବଂ ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆଇପିସିର ଧାରା ୧୨୦ (ବି), ୩୪ ଏବଂ ୫୦୬ (୩) ଅନୁଯାୟୀ ମାମଲା ରୁଜୁ କରିଛି।ମୋହିତ ଗର୍ଗଙ୍କ ଆଇଡିରୁ ପଠାଯାଇଥିବା ଇମେଲରେ କୁହାଯାଇଛି ଯେ, ସଲମାନ ଖାନଙ୍କ ସହ ଗୋଲ୍ଡି ଭାଇଙ୍କୁ କଥା ହେବାକୁ ପଡିବ। ଲରେନ୍ସ ବିଷ୍ଣୋଇଙ୍କ ସାକ୍ଷାତକାର ଆପଣ ନିଶ୍ଚୟ ଦେଖିଥିବେ, ଯଦି ଆପଣ ଏହାକୁ ଦେଖି ନାହାଁନ୍ତି ତେବେ ଦେଖିଦିଅନ୍ତୁ।

ଯଦି ତୁମେ ମାମଲା ବନ୍ଦ କରିବାକୁ ଚାହୁଁଛ, ତେବେ କଥାବାର୍ତ୍ତା କର। ଯଦି ଆପଣ ମୁହାଁମୁହିଁ କଥା ହେବାକୁ ଚାହାଁନ୍ତି ତେବେ ମୋତେ କୁହନ୍ତୁ। ତେବେ ଦୁଇ ଦିନ ତଳେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଲରେନ୍ସ ବିଷ୍ଣୋଇ ସଲମାନଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲା । ଏବେ ସଲମନଙ୍କୁ ମାରିବା ପାଇଁ ଠିକ୍ ସମୟ ନୁହେଁ । ଯେଉଁଦିନ ତାଙ୍କର ସୁରକ୍ଷା ହଟିବ ସେଦିନ ତାଙ୍କର ଶେଷ ଦିନ ହେବ । ସିଦ୍ଧୁ ମୁସେୱାଲାଙ୍କ ଭଳି ସଲମନ ଅହଙ୍କାରୀ ଥିଲା ବୋଲି କହିଥିଲା ଲରେନ୍ସ ବିଷ୍ଣୋଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ