Masthead

କଂସେ ପଖାଳକୁ ବଡ଼ିଚୁରା, ଓଃ କି ମଜା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପଖାଳ ଦିବସ । ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଆଜି ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ ପାଳନ କରିବେ। ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ ପଖାଳ ଦିବସ ପାଳନ କରାଯାଇଥାଏ । ପାଖରେ କିଛି ଥାଉ କି ନଥାଉ କଂସେ ପଖାଳ ଓ ପାଖରେ ଲଙ୍କା ଓ ବଡ଼ିଚୁରା ଥିଲେ ଜମିଲା ପଖାଳ ଖାଇବା । ବିଶ୍ବର କୋଣ ଅନୁକୋଣରେ ବାସ କରୁଥିବା ପ୍ରତ୍ୟେକ ଓଡିଆ ଏହି ଦିନଟିକୁ ଚାହିଁ ବସିଥାନ୍ତି ।

ଗାଁଠୁ ସହର ସବୁଠି ସବୁଦିନ ଲୋକେ ଖାଇଥାନ୍ତି ପଖାଳ । କିନ୍ତୁ ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସୁଦ୍ଧା ପଖାଳକୁ ଜିଆଇ ଟ୍ୟାଗ୍‌ ମିଳିପାରିନାହିଁ। ସମାଜରେ କେବଳ ପଖାଳକୁ ବଞ୍ଚାଇବା ପାଇଁ ଏହି ଦିବସ ପାଳନ କରାଯାଉଛି। ପଖାଳର ମହତ୍ୱକୁ ପରପୀଢ଼ି ପାଖରେ ପହଞ୍ଚାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୦ତାରିଖରେ ପଖାଳ ଦିବସ ପାଳିତ ହେଉଛି ।

ପଖାଳ ଦିବସରେ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ଲେଖିଛନ୍ତି, ଓଡ଼ିଆ ଖାଦ୍ୟର ନିଆରା ସମ୍ଭାର ମଧ୍ୟରେ ପଖାଳ ଅନ୍ୟତମ । ଏହା ଆମର ଖାଦ୍ୟର ବିବିଧତା ମଧ୍ୟରେ ସ୍ୱତନ୍ତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା