Masthead

ମହାପ୍ରଭୁଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି । ଚୈତ୍ର- କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ । ଖସାପଡ଼ା ନୀତି ଶ୍ରୀଜିୟୁମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡ଼ାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନି ଥର ଏହି ନୀତି ସମ୍ପାଦନ ହୋଇଥାଏ ।

ସେପଟେ ଆଜି ପଖାଳ ଦିବସ । କାଳିଆ ସାଆନ୍ତଙ୍କ ପାଖେ ଲାଗି ହେବ ପଖାଳ ଭୋଗ । ପଖାଳ ଖାଲି ଓଡ଼ିଆଙ୍କ ପ୍ରିୟ ନୁହେଁ ବରଂ ମହାପ୍ରଭୁ ମଧ୍ୟ ନିତ୍ୟ ପଖାଳ ସମର୍ପଣ କରାଯାଏ । ମହାପ୍ରଭୁଙ୍କ ପାଖରେ ମଲ୍ଲିଫୁଲିଆ ପଖାଳ, ସୁବାସିତ ପଖାଳ, ଜିରା ପଖାଳ, ଚିପୁଡ଼ା ପଖାଳ ଓ ଘିଅ ପଖାଳ ପ୍ରସ୍ତୁତ ହୁଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା