Masthead

ସଂଖ୍ୟାଗରିଷ୍ଠତା ପ୍ରମାଣ ନକଲେ ଭାଙ୍ଗିବ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସଂଖ୍ୟାଗରିଷ୍ଠତା ପ୍ରମାଣ ଦେବେ ପୁଷ୍ପ କମଲ । ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଆଜି ଅପରାହ୍ନରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ । ତାଙ୍କ ସରକାର ଆଜି ଆସ୍ଥା ଭୋଟ ଲୋଡ଼ିବ । ପ୍ରତିନିଧି ସଭାର ସଭାମୁଖ୍ୟ ଦେବରାଜ ଘିମିରେ ଏହି ସୂଚନା ଦେଇଛନ୍ତି । ନେପାଳ କମ୍ୟୁନିଷ୍ଟ ପାର୍ଟି ଏବଂ ରାଷ୍ଟ୍ରୀୟ ପ୍ରଜାତନ୍ତ୍ର ପାର୍ଟି ସରକାରରୁ ନିଜର ସମର୍ଥନ ପ୍ରତ୍ୟାହାର କରିନେବା ପରେ ଦହଲଙ୍କୁ ବହୁମତ ପ୍ରମାଣିତ କରିବାକୁ ପଡ଼ୁଛି । ଦହଲଙ୍କ ନେତୃତ୍ୱାଧୀନ ସରକାରଙ୍କୁ ନେପାଳୀ କଂଗ୍ରେସ, ମାଓବାଦୀ କେନ୍ଦ୍ର, ଏକୀକୃତ ସମାଜବାଦୀ ସମେତ ୧୦ ରାଜନୈତିକ ଦଳର ସମର୍ଥନ ରହିଛି ।

ନେପାଳୀ କଂଗ୍ରେସ ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲଙ୍କୁ ଆସ୍ଥା ଭୋଟ ଦେବା ପାଇଁ ପ୍ରତିନିଧି ସଭାର ସଦସ୍ୟଙ୍କ ପାଇଁ ହ୍ୱିପ୍ ଜାରି କରିଛି । କଂଗ୍ରେସର ମୁଖ୍ୟ ସଚେତକ ରମେଶ ଲେଖକ କହିଛନ୍ତି ନେପାଳର ସମ୍ବିଧାନ ଅନୁସାରେ, ନେପାଳି କଂଗ୍ରେସ ସରକାରଙ୍କ ସମର୍ଥନରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରେ ରହିବ । ସେହିପରି ଅନ୍ୟ ସହଯୋଗୀ ଦଳଗୁଡ଼ିକ ମଧ୍ୟ ସରକାରଙ୍କୁ ସମର୍ଥନ ଦେବା ନେଇ ନିଷ୍ପତ୍ତି ନେଇଛନ୍ତି । ତେବେ ଯଦି ପୁଷ୍ପ କମଲ ଦହଲ ସଂଖ୍ୟା ଗରିଷ୍ଠତା ପ୍ରମାଣିତ ନକରିପାରନ୍ତି ତେବେ ତାଙ୍କ ସରକାର ଭାଙ୍ଗିଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି