ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ । ସଲମାନଙ୍କୁ ମିଳିଛି ଧମକପୂର୍ଣ୍ଣ ଇମେଲ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ଇ-ମେଲ ଯୋଗେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି । ଏନେଇ ସଲମନଙ୍କ ଟିମ ପକ୍ଷରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ବିରୋଧରେ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରାଯାଇଛି । ଧମକ ପରେ ସଲମାନଙ୍କ ଘର ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସଲମାନଙ୍କୁ ୱାଇ -ପ୍ଲସ ସୁରକ୍ଷା ଯୋଗାଇ ଦେଇଛି ମୁମ୍ବାଇ ପୁଲିସ ।