Masthead

ମ୍ୟାଟ୍ରିକ ପରୀକ୍ଷା ଚାପରେ ଆତ୍ମହତ୍ୟା

ଯାଜପୁର (ବଡ଼ ଖବର ବ୍ୟୁରୋ): ମ୍ୟାଟ୍ରିକ ପରୀକ୍ଷା ଚାପରେ ଆତ୍ମହତ୍ୟା କଲେ ପରୀକ୍ଷାର୍ଥୀ। ଏଭଳି ଅଭାଵନୀୟ ଘଟଣା ଘଟିଛି ଯାଜପୁର ଥାନା ଦଶରଥପୁର ବ୍ଳକ ବାମଦେବପୁର ଗ୍ରାମରେ। ମୃତ ଛାତ୍ରୀ ହେଲେ ଦଶରଥପୁର ବ୍ଳକ ଯଯାତି କେଶରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ରଶ୍ମୀବାଳା ପାହିଲ। ରଶ୍ମୀ ଯାଜପୁର ମ୍ୟୁନିସିପାଲଟି ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିଲେ।

ଶେଷ ଦୁଇଟି ପରୀକ୍ଷାରେ ତାଙ୍କର ଭଲ ହୋଇ ନଥିବାରୁ ସେ ଚାପରେ ରହୁଥିବା ତାଙ୍କ ପରିବାର ବର୍ଗ ପ୍ରକାଶ କରିଛନ୍ତି। ଗତକାଲି ରାତିରେ ସେ ତାଙ୍କ ଘରେ ନିଜ ଓଢଣୀରେ ଝୁଲି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଯାଜପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟ ପଠାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ