Masthead

ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ଚାଷୀ ଆନ୍ଦୋଳନ । ରାମଲୀଲା ମୈଦାନରେ କେନ୍ଦ୍ର ବିରୋଧରେ ଚାଷୀଙ୍କ ରଣହୁଙ୍କାର । କିଷାନ ମହାପଞ୍ଚାୟତରେ କେନ୍ଦ୍ର ବିରୋଧରେ ଗର୍ଜନ କରିବେ ଚାଷୀ । ଦେଶର ବିଭିନ୍ନ ରାଜ୍ୟରୁ ଚାଷୀମାନେ ଏକାଠି ହୋଇଥିବା ବେଳେ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପୂର୍ବଥର ଆନ୍ଦୋଳନ ପ୍ରତ୍ୟାହର ପାଇଁ ଚାଷୀଙ୍କୁ ସରକାର ତାମାମ ପ୍ରତିଶ୍ରୁତି ଦେଇଥିଲେ ବି ସେଗୁଡ଼ିକ ପୂରଣ କରାଯାଇ ନଥିବା ବେଳେ, ଏମଏସପି ଗ୍ୟାରେଣ୍ଟି ପାଇଁ ଚାଷୀମାନେ ଆନ୍ଦୋଳନ କରିଛନ୍ତି ।

କେନ୍ଦ୍ର ସରକାରଙ୍କ କୃଷି ନୀତି ଚାଷୀଙ୍କୁ ସୁହାଉ ନଥିବା ବେଳେ କାହା ସ୍ୱାର୍ଥରେ ଏଭଳି ନୀତି ପ୍ରସ୍ତୁତ କରାଯାଇଛି ବୋଲି ଚାଷୀ ପ୍ରଶ୍ନ କରିଛନ୍ତି । ଚାଷୀ ଆନ୍ଦୋଳନକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଟ୍ରାଫିକ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଆଡଭାଇଜରୀ ଜାରି କରାଯାଇଛି । ମିଳିତ କିଷାନ ମୋର୍ଚ୍ଚା ପକ୍ଷରୁ ଚାଷୀ ମହାପଞ୍ଚାୟତ ଡାକରା ଦିଆଯାଇଥିବା ବେଳେ ଆଜି ପ୍ରାୟ ୫୦ହଜାର ଚାଷୀ ଏକାଠି ହେବେ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା