Masthead

୨୪ ଘଣ୍ଟା ପରେ ବଦଳିବ ପାଗ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବର୍ଷା ଜାରି ରହିଛି । ଆହୁରି ୪ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି , ବିଜୁଳି ସହ କୁଆପଥର ବର୍ଷା ମଧ୍ୟ ହେଉଛି । କେତେକ ଜିଲ୍ଲାରେ କୋହଲା ପାଗ ରହୁଛି । ଅଧିକ ବର୍ଷା ସମ୍ଭାବନା ନଥିଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୩ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବଢ଼ିବ । ଏହା ପରେ ରାଜ୍ୟରେ ଖରା ବଢ଼ିବା ସହ ଗରମ ମଧ୍ୟ ବଢ଼ିବ । ଆଜି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଦିନ ତାପମାତ୍ରା ୩୨ ଡିଗ୍ରୀ ଓ ରାତିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ରହିବ । ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ଣରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ