Masthead

ବଢ଼ିଲା ଟ୍ରମ୍ପଙ୍କ ଅଡ଼ୁଆ, ଆଜି ହୋଇପାରନ୍ତି ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଢ଼ିଲା ଟ୍ରମ୍ପଙ୍କ ଅଡ଼ୁଆ । ଆଜି ହୋଇପାରନ୍ତି ଗିରଫ । ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡ଼ୁଆ ବଢିଛି । ଚୁପ୍ ରହିବା ପାଇଁ ପର୍ଣ୍ଣଷ୍ଟାରଙ୍କୁ ଅର୍ଥ ପ୍ରଦାନ ମାମଲାରେ ଆଜି ହୋଇପାରନ୍ତି ଗିରଫ । ଏନେଇ ନିଜେ ଟ୍ରମ୍ପ ମତ ରଖିଛନ୍ତି । ଟ୍ରମ୍ପଙ୍କୁ ଗିରଫ କରିବା ଲାଗି ନ୍ୟୁୟର୍କସ୍ଥିତ ଆଇନ ବିଭାଗ କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରମ୍ପଙ୍କ ପୂର୍ବତନ ଓକିଲ ମାଇକେଲ କୋହେନଙ୍କ ସମେତ କେତେକ ସାକ୍ଷୀଙ୍କୁ ଏହି ମାମଲାରେ ଜେରା କରୁଛନ୍ତି ମାନହଟ୍ଟନ ଡିଷ୍ଟ୍ରିକ୍ଟ ଆଟର୍ଣ୍ଣି ଆଲଭିନ ବ୍ରାଗ ।

ଟ୍ରମ୍ପଙ୍କ ଦ୍ୱାରା ଘଟିଥିବା ଯୌନ ସମ୍ପର୍କିତ ଆକ୍ଷେପ ଘଟଣାରେ ଦୁଇ ମହିଳାଙ୍କୁ ଚୁପ୍ କରିବା ଲାଗି ୨୦୧୬ରେ ଟ୍ରମ୍ପଙ୍କ ଓକିଲ ଅର୍ଥ ଦେବା ଲାଗି ଯୋଜନା କରିଥିଲେ ବୋଲି ଅଭିଯୋଗ ହୋଇଥିଲା । ତେବେ ଏହି ଅଭିଯୋଗକୁ ଖଣ୍ଡନ କରିଥିଲେ ଟ୍ରମ୍ପ୍ । ୨୦୨୪ ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ଏହା ଏକ ଷଡ଼ଯନ୍ତ୍ର ବୋଲି ସେ କହିଥିଲେ । ଟ୍ରମ୍ପଙ୍କ ନିର୍ଦ୍ଦେଶ ଅନୁସାରେ ପର୍ଣ୍ଣଷ୍ଟାର ଷ୍ଟର୍ମି ଡାନିଏଲସ ଓ ପ୍ଲେବ୍ୟାକ ମଡେଲ କାରେନ ମାକଡୁଗଲଙ୍କୁ ଚୁପ୍ କରିବା ଲାଗି ଓକିଲ ମାଇକେଲ କୋହେନ ୧ ଲକ୍ଷ ୩୦ ହଜାର ଡଲାର ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା