Masthead

ଓଡ଼ିଶାରେ ମମତା

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମମତା ବାନାର୍ଜୀ । ଭୁବନେଶ୍ୱରରୁ ସଡ଼କ ପଥରେ ମମତା ପୁରୀ ଯିବେ । ଆଜି ଓ କାଲି ୨ ଦିନ ପୁରୀରେ ରାତ୍ରୀଯାପନ କରିବେ । ଶ୍ରୀଜିଉଙ୍କୁ ଦର୍ଶନ କରିବେ । ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟି କୋଲକାତା ଫେରିଯିବେ । ତେବେ ମମତାଙ୍କ ପାଇଁ ପୁରୀରେ ନିର୍ମାଣ ନିବାସରେ ରାତ୍ରୀଯାପନ କରିବାର ବ୍ୟବସ୍ଥା କରାଯାଇଛି ।

ଆସନ୍ତାକାଲି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ୨୩ ତାରିଖରେ ଭୁବନେଶ୍ୱର ଯାଇ ସନ୍ଧ୍ୟା ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରୋଟୋକଲ ଅନୁସାରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପଶ୍ଚିମବଙ୍ଗ ପୋଲିସ ଏବଂ କମିଶନରେଟ ସହ ଆଲୋଚନା କରାଯାଇ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ସମୟରେ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ ବୋଲି କହିଛି ଜିଲ୍ଲା ପ୍ରଶାସନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି