ନରସିଂହ ଓ ରଣେନ୍ଦ୍ରଙ୍କ ମଧ୍ୟରେ ବାକ୍ ଯୁଦ୍ଧ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାଷୀଙ୍କ ପାଇଁ ବିଧାନସଭାରେ ମୁହାଁମୁହିଁ । ନରସିଂହ ଓ ରଣେନ୍ଦ୍ରଙ୍କ ମଧ୍ୟରେ ବାକ୍ ଯୁଦ୍ଧ । ହସ୍ତକ୍ଷେପ କଲେ ବାଚସ୍ପତି । ଅମଳ ହେଉଥିବା ଅଧିକ ଧାନ ଓ ଭାଗ ଚାଷୀଙ୍କୁ ନେଇ ବିଧାନସଭା ପ୍ରଶ୍ନକାଳରେ ମୁହାଁମୁହିଁ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ନରସିଂହ ମିଶ୍ର କହିଥିଲେ ଓଡ଼ିଶା ଲ୍ୟାଣ୍ଡ ରାଇଟ ଆକ୍ଟ ଅନୁଯାୟୀ ଭାଗଚାଷ ବେଆଇନ । ଯିଏ ଭାଗଚାଷ କରିବ ଆଉ ଯିଏ ଦେବ ତାକୁ ଦଣ୍ଡ ଦେବା ସହ ସରକାର ସେ ଜମିକୁ ନିଜ ଅଧୀନକୁ ନେଇଯିବେ । ତେବେ ମନ୍ତ୍ରୀ କେମିତି କହିଲେ ଭଦ୍ରକ ଜିଲ୍ଲାରେ ଭାଗ ଚାଷୀଙ୍କ ସଂଖ୍ୟା ।

ସେହିପରି ସରକାର ଅଧିକ ଫସଲ ଅମଳ କରୁଥିବା କହୁଛନ୍ତି କିନ୍ତୁ ଅଣ ଜଳସେଚିତ ଜମିରୁ ୧୩ କୁଇଣ୍ଟାଲ ଓ ଜଳସେଚିତ ଜମିରୁ ୧୯ କୁଇଣ୍ଟାଲ ଧାନ କିଣୁଛନ୍ତି । ତେବେ ବଳକା ଧାନ କିଣିବ କିଏ ? ସେପଟେ ମନ୍ତ୍ରୀ ରଖିଥିବା ଉତ୍ତରକୁ ନେଇ ପୁଣି ଥରେ ଅସନ୍ତୋଷ ପ୍ରକାଶ କରିଥିଲେ ନରସିଂହ । କହିଥିଲେ ମନ୍ତ୍ରୀ ମୋ ପ୍ରଶ୍ନ ଉତ୍ତର ନ ରଖି ପଳାଉଛନ୍ତି। କିଛି ସମୟ ପାଇଁ ନରସିଂହ ଓ ରଣେନ୍ଦ୍ର ମୁହାଁମୁହିଁ ହୋଇଥିଲେ । ପରେ ବାଚସ୍ପତି ନରସିଂହ ଙ୍କୁ କହିଥିଲେ ମନ୍ତ୍ରୀ ପରବର୍ତ୍ତୀ ସମୟ ରେ ଆପଣଙ୍କୁ ତଥ୍ୟ ଯୋଗାଇ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’