Masthead

କାଠି କଣ୍ଢେଇ କାରିଗର ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦୁଝରର ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ । ରାଷ୍ଟ୍ରପତି ଭବନରେ ସମ୍ମାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମାଗୁଣି ଚରଣ କୁଅଁର ଏକାଧାରରେ ଜଣେ କାଠି କଣ୍ଢେଇ ଶିଳ୍ପୀ, କାଠ, ମାଟି, ପଥର ଓ ସିମେଣ୍ଟର ନିଖୁଣ ମୂର୍ତ୍ତି କାରିଗର । ୭୦ ବର୍ଷ ଧରି ସେ ଏହି କାମ କରି ଆସୁଛନ୍ତି । ୮୬ବର୍ଷ ବୟସରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି । କେନ୍ଦୁଝର ପୁରୁଣା ସହରର ବୈଦ୍ୟରାଜ ସାହିର ମାଗୁଣି ଚରଣ କୁଅଁର । ମାଗୁଣି କାଠ ଖୋଦେଇ, ମୃଣ୍ମୟୀ ମୂର୍ତ୍ତି ଓ ସିମେଣ୍ଟ ମୂର୍ତ୍ତି ତିଆରରେ ସିଦ୍ଧହସ୍ତ ।

୨୦୦୪ ମସିହାରେ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ, ୨୦୧୩ ମସିହାରେ ଓଡ଼ିଶା ସରକାରଙ୍କ ସର୍ବୋଚ୍ଚ ଉପେନ୍ଦ୍ର ଭଞ୍ଜ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ୨୦୧୪ମସିହା ପାଇଁ ଓଡ଼ିଶା ନୃତ୍ୟ ଏକାଡେମୀ ପକ୍ଷରୁ ଗୁରୁ ମାଗୁଣି ଚରଣ କୁଅଁରଙ୍କୁ ରୁଚିବୁଦ୍ଧ ସମ୍ମାନରେ ସମ୍ମାନିତ କରାଯାଇଥିଲା । ମାଗୁଣି ଚରଣ କୁଅଁରଙ୍କ ସମେତ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ ବିଭୂଷଣ ଏବଂ ବିଶିଷ୍ଟ ଶିଳ୍ପପତି ତଥା ଆଦିତ୍ୟ ବିର୍ଲା ଗ୍ରୁପ୍ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼