Masthead

ୟୁକ୍ରେନ ଉପରେ ରୁଷିଆର ମିସାଇଲ ମାଡ଼

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ରୁଷିଆ-ୟୁକ୍ରେନ ଯୁଦ୍ଧ । ୟୁକ୍ରେନ ଉପରେ ରୁଷିଆର ମିସାଇଲ ମାଡ଼ । ଜଣଙ୍କର ମୃତୁ୍ୟ ଘଟିଥିବାବେଳ ୩୩ ଜଣ ହୋଇଛନ୍ତି ଆହାତ । ୟୁକ୍ରେନ୍‌ର ଝାପୋରିଝଝିଅର ଅଞ୍ଚଳରେ ଗତକାଲି ରାତିସାରା ରୁଷ ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣରେ ଗୋଟିଏ ଅଟ୍ଟାଳିକା ଧ୍ୱଂଶ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି। ଆକ୍ରମଣରେ ୩୩ ଜଣ ଆହତ ହୋଇଛନ୍ତି।

ବିସ୍ଫୋରଣରେ ଗୋଟିଏ କୋଠା ଭୁଶୁଡ଼ିବା ପରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲଦମିର ଜେଲେନସ୍କି ଟ୍ୱିଟ୍‌ କରି କହିଛନ୍ତି । ସେ ଲେଖିଛନ୍ତି ଯେ, ବର୍ତ୍ତମାନ ସାଧାରଣ ଲୋକ ଏବଂ ଶିଶୁ ରହୁଥିବା ଆବାସିକ ଅଞ୍ଚଳ ଉପରେ ଗୁଳି ଚଳାଯାଉଛି। ୟୁକ୍ରେନ୍ ହେଉକି ବିଶ୍ୱର କୌଣସି ସ୍ଥାନରେ ଏମିତି ହେବା ଉଚିତ ନୁହଁ। ରୁଷର ଆତଙ୍କବାଦ କାର୍ଯ୍ୟକୁ ତୁରନ୍ତ ବିଲୋପ କରିବା ପାଇଁ ସେ ବିଶ୍ୱବାସୀଙ୍କୁ ନିବେଦନ କରିଛନ୍ତି।

ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ବିଦାୟ ଦେବା ବେଳେ ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗି ରହିଥିବା ବେଳେ ଏହାକୁ ବନ୍ଦ କରିବାକୁ ଚାଇନା ତରଫରୁ ପ୍ରସ୍ତାବ ଦିଆଯାଇଛି। ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ରୁଷ୍ ଗସ୍ତରେ ଯାଇ ସେଠାକାର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଯୁଦ୍ଧ ବନ୍ଦ ପାଇଁ ଆଲୋଚନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି