Masthead

ଗନ୍ଧମାର୍ଦ୍ଦନ ପର୍ବତକୁ ଜୈବବିବିଧତା ଐତିହ୍ୟ ସ୍ଥଳ ମାନ୍ୟତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା ଜୈବବିବିଧତା ଐତିହ୍ୟ ସ୍ଥଳ ମାନ୍ୟତା। ଔଷଧୀୟ ଗଛରେ ପରିପୂର୍ଣ୍ଣ ଗନ୍ଧମାର୍ଦ୍ଦନ ପର୍ବତ । ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ଏନେଇ ଘୋଷଣା କରାଯାଇଛି । ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ପରିବ୍ୟାପ୍ତ ଏହି ପାହାଡ଼ । ପାହାଡ଼ରେ ରହିଛି ପ୍ରଚୁର ପରିମାଣର ଔଷଧୀୟ ବୃକ୍ଷ। ଏଥିରେ ୧୦୫୫ ପ୍ରଜାତିର ବୃକ୍ଷଲତା ଓ ୫୦୦ ପ୍ରକାରର ପ୍ରାଣୀ ଥିବା ଜଣାପଡ଼ିଛି। ୧୦୫୫ ପ୍ରଜାତିର ବୃକ୍ଷ ମଧ୍ୟରେ ୮୪୯ ପ୍ରକାର ଫୁଲ ଗଛର ସନ୍ଧାନ ମଳିଥିବାବେଳେ ଏଥରେ ବୁଦା ଜାତୀୟ ଗଛ, ଗୁଳ୍ମ ଓ ବିଭିନ୍ନ ପ୍ରକାର ଲତା ସମେତ ପ୍ରାୟ ୩୦୦ ପ୍ରକାର ଔଷଧୀୟ ଗଛ ଥିବା ନେଇ ଜଣାପଡ଼ିଛି।

ଏହି ପାହାଡ଼ରେ ୪୩ ପ୍ରକାର ସ୍ତନ୍ୟପାୟୀ ପ୍ରାଣୀ, ୧୬୧ ପ୍ରକାର ପକ୍ଷୀ, ୪୪ ପ୍ରକାର ସରିସୃପ, ୧୧୮ ପ୍ରକାର ପ୍ରଜାପତି, ୮୩ ପ୍ରକାର ବୁଢ଼ିଆଣି ଓ ୧୮ ପ୍ରକାର ବିଲୁପ୍ତ ପ୍ରଜାତିର ପ୍ରାଣୀ ମଧ୍ୟ ଅଛନ୍ତି।ସ୍ଥାନୀୟ ଲୋକଙ୍କ ଦାବି ଅନୁଯାୟୀ ଏହି ପର୍ବତରେ ପ୍ରାୟ ୫୦୦ ପ୍ରଜାତିର ଔଷଧୀୟ ଗୁଣଯୁକ୍ତ ଗଛ ଅଛି। ଏହାକୁ ‘ଆୟୁର୍ବେଦର ସ୍ୱର୍ଗ’ ଭାବେ ସ୍ଥାନୀୟ ଲୋକେ ଗ୍ରହଣ କରିଛନ୍ତି । ପୌରାଣିକ ଓ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବି ବେଶ ଗୁରୁତ୍ୱବହନ କରେ ଗନ୍ଧମାର୍ଦ୍ଦନ। ଏହି ପାହାଡ଼ର ଗୋଟିଏ ପଟେ ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଓ ଅନ୍ୟପଟେ ହରିଶଙ୍କର ମନ୍ଦିର ରହିଛିା ପ୍ରତିବର୍ଷ ଏଠାକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥାଏ । ଗନ୍ଧମାର୍ଦ୍ଦନକୁ ବାୟୋଡାଇଭରସିଟି ହେରିଟେଜ୍ ସାଇଟ୍ ମାନ୍ୟତା ପାଇଁ ଦାବି ହେଉଥିଲା। କନ୍ଧମାଳର ମଣ୍ଡାସୁରୁ ଏବଂ ଗଜପତିର ମହେନ୍ଦ୍ରଗିରିକୁ ମଧ୍ୟ ଏହି ମାନ୍ୟତା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ