Masthead

ଆଜି ଦେଶବ୍ୟାପୀ ସତ୍ୟାଗ୍ରହ ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଦେଶବ୍ୟାପୀ ସତ୍ୟାଗ୍ରହ ଆନ୍ଦୋଳନ କରିବ କଂଗ୍ରେସ । ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପରେ କଂଗ୍ରେସ ବିରୋଧ ପ୍ରଦର୍ଶନ ଜୋରଦାର କରିଛି । ସବୁ ଆଞ୍ଚଳିକ ଦଳ ଏକାଠି ହୋଇ କେନ୍ଦ୍ରର ଏକଛତ୍ରବାଦ ଶାସନକୁ ବିରୋଧ କରିବା ପାଇଁ କଂଗ୍ରେସ ଅପିଲ କରିଛି । ସତ୍ୟ ପାଇଁ ଲଢ଼େଇ ଜୋରଦାର କରିବାକୁ ଆହ୍ବାନ ଦିଆଯାଇଛି । ଆନ୍ଧ୍ରପ୍ରଦେଶ, ପଞ୍ଜାବ ସମେତ ବିଭିନ୍ନ ରାଜ୍ୟ କଂଗ୍ରେସ ପକ୍ଷରୁ ଏନେଇ ଘୋଷଣା କରାଯାଇଛି ।

ସବୁ ରାଜ୍ୟର ଜିଲ୍ଲା ମୁଖ୍ୟାଳୟରେ କଂଗ୍ରେସ ସତ୍ୟାଗ୍ରହ କରିବ । ସକାଳ ୧୦ଟାରୁ ଅପରାହ୍ଣ ୫ ଟା ଯାଏ ଏହି ସତ୍ୟାଗ୍ରହ ଜାରି ରହିବ । ଗତକାଲି ସାରା ଦେଶରେ କଳା ଦିବସ ପାଳନ କରିଛି କଂଗ୍ରେସ । ୱାୟାନାଡରେ କଂଗ୍ରେସ ସମର୍ଥକ ଜୋରଦାର ବିରୋଧ କରିଥିବା ବେଳେ ବ୍ୟାରିକେଡ ଭାଙ୍ଗିଥିଲେ ସମର୍ଥକ । ଏହି ସମୟରେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା । । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ରାଜଧାନୀ ଦିଲ୍ଲୀର ରାଜଘାଟରେ ସତ୍ୟାଗ୍ରହ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା