Masthead

ପ୍ରଧାନମନ୍ତ୍ରୀଙ୍କ “ମନ କି ବାତ”ରେ ଓଡ଼ିଆ ବୈଜ୍ଞାନିକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ୯୯ତମ ‘ମନ୍‌ କୀ ବାତ୍‌’ରେ ଭାରତର ନାରୀ ଶକ୍ତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ସବୁ କ୍ଷେତ୍ରରେ ନେତୃତ୍ବ ଗ୍ରହଣ କରୁଛି ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୯୯ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ବେଳେ ଓଡ଼ିଆ ବୈଜ୍ଞାନିକା ଜ୍ୟୋର୍ତିମୟୀ ମହାନ୍ତିଙ୍କ ସଫଳତା କଥା ଉଲ୍ଲେଖ କରିଛନ୍ତି। ଆଜି ଏକ ନୂତନ ଦୃଷ୍ଟିକୋଣ‌ ନେଇ ଆବିର୍ଭାବ ହେଉଥିବା ଭାରତର ଭବିଷ୍ୟତ କ୍ଷେତ୍ରରେ ମହିଳା ଶକ୍ତିର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି କହି ‘କେମିଷ୍ଟ୍ରି’ ଏବଂ ‘କେମିକାଲ୍‌ ଇଞ୍ଜିନିୟରିଙ୍ଗ୍‌’ କ୍ଷେତ୍ରରେ ‘ଭାବା ଆଟୋମିକ୍‌ ରିସର୍ଚ ସେଣ୍ଟର୍‌’ର ମହିଳା ବୈଜ୍ଞାନିକ ଜ୍ୟୋର୍ତିମୟୀ ମହାନ୍ତିଙ୍କ ‘ଆଇୟୁପିଏସି’ର ବିଶେଷ ପୁରସ୍କାର ପାଇଥିବା ଉଲ୍ଲେଖ କରିଛନ୍ତି।

ଏହା ଦେଶ ପାଇଁ ଗୌରବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ପ୍ରଯୋଜକ ଗୁନୀତ୍‌ ମୋଙ୍ଗା ଏବଂ ନିଦେ୍ର୍ଦଶିକା କାର୍ତିକୀ ଗନ୍‌ସାଲ୍‌ବେସ୍‌ ପ୍ରାମାଣିକ ଚଳଚ୍ଚିତ୍ର ‘ଦି ଏଲିଫ୍ୟାଣ୍ଟ୍‌ ୱିସ୍‌ସ୍ପର୍‌ସ୍‌’ ପାଇଁ ‘ଓସ୍କାର୍‌’ ଜିଣି ଦେଶକୁ ଗୌରବାନ୍ବିତ କରିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଭାରତର ୧୯ ବର୍ଷରୁ କମ୍‌ ମହିଳା କ୍ରିକେଟ୍‌ ଟିମ୍‌ ‘ଟି-୨୦ ବିଶ୍ବକପ୍‌’ ବିଜୟୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି ବୋଲି ମୋଦି କହିଛନ୍ତି। ନାଗାଲାଣ୍ଡ୍‌ରେ ୭୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟୀ ହୋଇ ୨ଜଣ ମହିଳା ବିଧାୟିକା ବିଧାନସଭାରେ ପହଞ୍ଚି ପାରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା