୨ ହଜାର ମୁହାଁ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧,୮୮୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୫୯୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି । ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୩୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ମୋଟ ୪ କୋଟି ୪୭ ଲକ୍ଷ ୪ ହଜାର ୧୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୩ ହଜାର ୮୮୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସେପଟେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଆଡ୍‌ଭାଇଜରି ଜାରି କରିଛନ୍ତି। ଆଡଭାଇଜରି ଅନୁସାରେ, ଭିଡ଼ ସ୍ଥାନରେ ମାସ୍କ ଲଗାଇବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଏହାସହ କରୋନା ସଂକ୍ରମଣ ମାମଲା କିପରି ହ୍ରାସ ପାଇବ, ପ୍ରସ୍ତୁତିକୁ ନେଇ ଏପ୍ରିଲ ୧୦ ଓ ୧୧ ତାରିଖରେ ସାରା ଦେଶରେ ଥିବା ସମସ୍ତ ହସ୍ପିଟାଲ୍‌ରେ ମକ୍‌ ଡ୍ରିଲ୍‌ର ଆୟୋଜନ କରାଯାଇଛି। ଏହି ୨ ଦିନ ହେବାକୁ ଥିବା ମକ୍‌ ଡ୍ରିଲ୍‌ରେ ହସ୍ପିଟାଲ୍‌ରେ ଆଇସିୟୁ ବେଡ୍‌, ମେଡିକାଲ୍‌ ଉପକରଣ, ଅକ୍ସିଜେନ୍‌ ଇତ୍ୟାଦି ଠିକ୍‌ ଭାବେ ଉପଲ୍ଲବ୍ଧ ଅଛି କି ନାହିଁ ସେସବୁର ତଦାରଖ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ