Masthead

ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ, ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ । ଆସନ୍ତା ୪ ଦିନ ପ୍ରବଳ ବର୍ଷିବ । ଘଡ଼ଘଡ଼ି ସହ ବର୍ଷା ଜାରି ରହିବ । ଆସନ୍ତାକାଲି ରାତିରୁ ଦେଶର ଉତ୍ତର-ପଶ୍ଚିମ ଭାଗକୁ ପ୍ରଭାବିତ କରିବ ଆଉ ଏକ ପଶ୍ଚିମାଝଡ । ଏହାକୁ ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏହା ପ୍ରଭାବରେ ୨୮, ୨୯, ୩୦ ଓ ୩୧ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ସ୍ଥାନରେ ମାର୍ଚ୍ଚ ୩୦ ଓ ୩୧ ତାରିଖରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବର୍ତ୍ତମାନ ମଧ୍ୟ ପଶ୍ଚିମାଝଡ ପ୍ରଭାବରେ ବର୍ଷା ଲାଗି ରହିଛି ।

ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତମାନ ପଶ୍ଚିମାଝଡ ପ୍ରଭାବରେ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ । ଆଜି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ ଓ ଯାଜପୁର ଆଦି ୧୦ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ପବନର ‌ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ । ୩୦ ତାରିଖ ଦିନ ପୁଣି ପଶ୍ଚିମାି ଝଡ଼ ପ୍ରଭାବରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ସୋନପୁର ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ