Masthead

ପୁଣି ଏକ ପଶ୍ଚିମା ଝଡ଼, ୧ ଯାଏ ବର୍ଷା

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆଜି ସୃଷ୍ଟି ହୋଇପାରେ ଆଉ ଏକ ପଶ୍ଚିମା ଝଡ଼ । ପ୍ରଭାବରେ ଆସନ୍ତା ୧ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ଆଜି ଓ କାଲି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ୩୧ରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ୭୦ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ୩୧ ତାରିଖରେ ପ୍ରବଳ ବର୍ଷା ହୋଇପାରେ । ୭ ଜିଲ୍ଲାକୁ ଅଧିକ ବର୍ଷା ହୋଇପାରେ ।

୧ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଜି ମଧ୍ୟ ଉପକୂଳ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ଝଡ଼ବର୍ଷାର ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ ତାରିଖ ଦିନ ପୂରା ଓଡ଼ିଶାରେ ଝଡ଼ବର୍ଷା ହେବ । ସମଗ୍ର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବର୍ଷା ହେବା ସହ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ