Masthead

ଚାଉଳ ପ୍ରସଙ୍ଗକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରତିକ୍ରିୟା । କହିଲେ ରାଜ୍ୟରେ ଖରିଫ ଓ ରବି ଋତୁ ରେ ୫୪ ଲକ୍ଷ ମେଟ୍ରିକ ଟନ ଚାଉଳ ଉତ୍ପାଦନ ହୋଇଥାଏ । ସେଥିରୁ ୨୪ ଲକ୍ଷ ମେଟ୍ରିକ ଟନ ଚାଉଳ ରାଜ୍ୟରେ ପଡିଏସ୍ ଜରିଆରେ ବ୍ୟବହୃତ ହୋଇଥାଏ । ଆଉ ୩୦ ଲକ୍ଷ ମେଟ୍ରିକ ଟନ ରହିଯାଏ । ଚଳିତ ବର୍ଷ ଏଫସିଆଇ ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ମେଟ୍ରିକ ଟନ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ ଲକ୍ଷ ମେଟ୍ରିକ ଟନ ଚାଉଳ ନେବ ବୋଲି ଚିଠି କରିଛି । ଆହୁରି ୧୮ ରୁ ୨୦ ଲକ୍ଷ ମେଟ୍ରିକ ଟନ ଚାଉଳ ରାଜ୍ୟରେ ବଳି ପଡିବ ତାକୁ କିଏ ନେବ ।

ସେହିପରି ଆହୁରି କହିଛନ୍ତି ଗତବର୍ଷ କୋଭିଡ ସମୟରେ ଯେଉଁ ଅତିରିକ୍ତ ୫ କେଜି ଚାଉଳ ଦିଆ ଯାଉଥିଲା ତେଣୁ ସବୁ ବଳକା ଚାଉଳ ବ୍ୟବହାର ହୋଇଯାଇଥିଲା । ବର୍ତ୍ତମାନ ସେ ୫ କେଜି ଚାଉଳ କାଟି ଦେବା ଫଳରେ ପରୋକ୍ଷ ଭାବେ ଧାନକିଣାରେ ଏହାର ପ୍ରଭାବ ପଡିବ । ସେଥିପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଏହି କଥା କହୁଥିବା ବେଳେ ଉଭୟ ବିଜେପି ଓ ବିଜେଡି ସଦସ୍ୟମାନଙ୍କ ମଧ୍ୟରେ କଥା କଟା କଟି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ