Masthead

ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ । ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର । ୧୩ ତାରିଖରେ ଭୋଟ ଗଣତି କରାଯିବ । ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଧାର୍ଯ୍ୟ ହୋଇଛି । ମେ’ ୧୦ରେ ହେବ ଭୋଟ ଗ୍ରହଣ । ମେ’ ୧୩ରେ ଭୋଟ ଗଣତି କରାଯିବ । ଏଥିପାଇଁ ଏପ୍ରିଲ ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୪ ତାରିଖ ରହିଛି ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ଦିନ ।

ସେହି ଦିନ ହିଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ପରେ ଝାରସୁଗୁଡ଼ା ବିଧାନସଭା ଆସନ ଖାଲିପଡିଛି । ଝାରସୁଗୁଡ଼ାରୁ ବିଧାନସଭାକୁ ପ୍ରତିନିଧିତ୍ୱ କରୁଥିବା ନବ ଦାସଙ୍କ ମୃତୁ୍ୟ ପରେ ସେଠାରେ କେବେ ଉପନିର୍ବାଚନ ହେବ ତା’କୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନା । ଏବେ ସେହି ସେହି କଳ୍ପନାଜଳ୍ପନାର ଅନ୍ତ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ