Masthead

ଫେକ ସାର୍ଟିଫିକେଟ ପ୍ରସଙ୍ଗ, ବାଚସ୍ପତି ସର୍ବଦଳୀୟ ବୈଠକ ଡାକନ୍ତୁ: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ଫେକ ସାର୍ଟିଫିକେଟ ପ୍ରସଙ୍ଗ ଉଠାଇଲେ ନରସିଂହ ମିଶ୍ର । ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ କାରବାର ସକ୍ରିୟ ରହିଛି । ୧୯ ଜଣ ଗିରଫ ହେଲେଣି । ଅନ୍ୟ ଜିଲ୍ଲାକୁ ମଧ୍ୟ ଜାଲ ସାର୍ଟିଫିକେଟ କାରବାର ବ୍ୟାପିଥିବା କହିଛନ୍ତି ନରସିଂହ ମିଶ୍ର । ଏଥିରେ ଆଉ କେତେ ଜଣ ଗିରଫ ହେବେ ତାହା ଅକାଳନ ବାହାରେ । ବାହାର ଜିଲ୍ଲା ଓ ରାଜ୍ୟରେ ତଦନ୍ତ କରିବା ପାଇଁ ପୋଲିସର କ୍ଷମତା ଅଛି କି ନାହିଁ ବୋଲି ପ୍ରଶ୍ନ କରିଛନ୍ତି ନରସିଂହ । ଏହି ଘଟଣାରେ ପୋଲିସ ଓ ଗୁଇନ୍ଦା ବିଫଳ ହୋଇଛି, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଲଣି । ଏହା ଏକ ସ୍ପର୍ଶକାତର ଘଟଣା, ତେଣୁ ବାଚସ୍ପତି ତୁରନ୍ତ ସର୍ବଦଳୀୟ ବୈଠକ ଡାକନ୍ତୁ । ଏବଂ ଏ ବିଷୟରେ ଆଲୋଚନା କରଯାଇ ନିର୍ଯ୍ୟାସ ବାହାର କରନ୍ତୁ, ନହେଲେ ସ୍ଥିତି ଆଗକୁ ଅଧିକ ସଙ୍ଗିନ ହେବ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ