Masthead

ଜାଲ ସାର୍ଟିଫିକେଟ, ସୁଶାନ୍ତ ସିଂଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଜାଲ ସାର୍ଟିଫିକେଟ ତାତି । ଜାଲ ସାର୍ଟିଫିକେଟ ପ୍ରସଙ୍ଗକୁ ନେଇ ଗର୍ଜିଛି କଂଗ୍ରେସ । ପୂର୍ବତନ ମନ୍ତ୍ରୀ ଶୁଶାନ୍ତ ସମ୍ପୃକ୍ତିକୁ ନେଇ ପ୍ରଶ୍ନ ଉଠାଇଛି । ସୁଶାନ୍ତ ସିଂଙ୍କ ସହିତ ଜାଲ ସାର୍ଟିଫିକେଟର ମାଷ୍ଟର ମାଇଣ୍ଡ ମନୋଜ ମିଶ୍ରଙ୍କ ଫଟୋ ଦେଖାଇ ଅଭିଯୋଗ କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ମନୋଜ ମିଶ୍ର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଡାହାଣ ହାତ କହି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ।

ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ କାରବାର ସକ୍ରିୟ ରହିଛି । ୧୯ ଜଣ ଗିରଫ ହେଲେଣି । ଅନ୍ୟ ଜିଲ୍ଲାକୁ ମଧ୍ୟ ଜାଲ ସାର୍ଟିଫିକେଟ କାରବାର ବ୍ୟାପିଥିବା କହିଛନ୍ତି ନରସିଂହ ମିଶ୍ର । ଏଥିରେ ଆଉ କେତେ ଜଣ ଗିରଫ ହେବେ ତାହା ଅକାଳନ ବାହାରେ । ବାହାର ଜିଲ୍ଲା ଓ ରାଜ୍ୟରେ ତଦନ୍ତ କରିବା ପାଇଁ ପୋଲିସର କ୍ଷମତା ଅଛି କି ନାହିଁ ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି