Masthead

୩୦ ମିନିଟରେ ୫୪୦୦ ଥର ବଜ୍ରପାତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏପ୍ରିଲ ୨ ଯାଏଁ ତୁହାକୁ ତୁହା ଭିଜିବ ଓଡ଼ିଶା । ସାରା ରାଜ୍ୟରେ ଜାରି ରହିଛି କାଳ ବୈଶାଖୀ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ବର୍ଷା ଓ ଘଡଘଡି ବିଜୁଳି ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ପାଇଁ ଏହି ସର୍ତକର୍ତା ଜାରି କରାଯାଇଛି । ରାଜ୍ୟରେ ଗତ ୩୦ ମିନିଟରେ ୫ ହଜାର ୪୦୦ ଥର ବଜ୍ରପାତ ହୋଇଛି । ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ବଜ୍ରପାତ ଘଟି ୫ ଜଣଙ୍କ ମୃତ ହୋଇଛି ।

କେନ୍ଦ୍ର ସରକାରଙ୍କ ଦାମିନୀ ଆପ୍ର ସୂଚନାକୁ ଆଧାର କରି ଏ ନେଇ ଟ୍ୱିଟ୍ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ । ବାସୁଦେବପୁର ଅଞ୍ଚଳରେ ୫ ହଜାରରୁ ଅଧିକ ବଜ୍ରପାତ ହୋଇଥିବା ବେଳେ ଏହା କେତେ ଘାତକ ହୋଇପାରେ, ଏ ନେଇ ସତର୍କ କରାଇଛନ୍ତି ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଓଡ଼ିଶାରେ ମାତ୍ର ଅଧ ଘଣ୍ଟା ମଧ୍ୟରେ ଗୋଟିଏ ଅଞ୍ଚଳରେ ୫ ହଜାରରୁ ଅଧିକ ଥର ବଜ୍ରପାତ ସର୍ବକାଳୀନ ରେକର୍ଡ ବୋଲି କୁହାଯାଉଛି ।

ସେପଟେ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଓଡିଶା ସମେତ ଉପକୂଳ ଓଡିଶାରେ କିଛି ସ୍ଥାନରେ ଘଡଘଡି ବିଜୁଳି ସହିତ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏପ୍ରିଲ ତିନି ତାରିଖରୁ ପୁଣି ବୃଦ୍ଧି ପାଇବ ତାପମାତ୍ରା । ତେବେ ଗତ ୨୪ ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ୪୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି