Masthead

ରାହୁଲଙ୍କ ସଦସ୍ୟତା ରଦ୍ଦକୁ ନେଇ ଜର୍ମାନର ପ୍ରତିକ୍ରିୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ରଦ୍ଦ ପରେ ପ୍ରତିକ୍ରିୟା ପ୍ରକାଶ କଲା ଜର୍ମାନୀ । ଜର୍ମାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ, ରାହୁଲଙ୍କ ବିରୋଧରେ ନିଆଯାଇଥିବା କୌଣସି କାର୍ଯ୍ୟ ନ୍ୟାୟିକ ସ୍ବାଧୀନତା ମଧ୍ୟରେ ଏବଂ ତାଙ୍କର ମୌଳିକ ଅଧିକାରକୁ ଦୃଷ୍ଟିରେ ରଖି କରାଯିବ ବୋଲି ଆମେ ନିଶ୍ଚିତ । ଆମର ଜ୍ଞାନ ଅନୁଯାୟୀ ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହେବା ପରେ ମଧ୍ୟ ଉଚ୍ଚ ନ୍ୟାୟାଳୟରେ ଆବେଦନ କରିବାର ବିକଳ୍ପ ରହିଛି।

ଜର୍ମାନୀର ବୈଦେଶିକ ମନ୍ତ୍ରଣାଳୟର ବିବୃତ୍ତି ପରେ ଏପର୍ଯ୍ୟନ୍ତ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇ ନାହିଁ।ପୂର୍ବରୁ ମଧ୍ୟ ଆମେରିକା କହିଥିଲା ଯେ, ଆମେରିକା ରାହୁଲ୍‌ ଗାନ୍ଧୀଙ୍କ ମାମଲା ଉପରେ ଦୃଷ୍ଟି ରଖିବା ସହିତ ଭାରତ ସରକାରଙ୍କ ସହିତ ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ବାକ୍‌ ସ୍ବାଧୀନତା ପ୍ରସଙ୍ଗ ସଂକ୍ରାନ୍ତ ପ୍ରତିବଦ୍ଧତା ବିଷୟରେ ମତବିନିମୟ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ