Masthead

ପୁଣି ଚିନ୍ତା ବଢାଇଲାଣି କରୋନା, ଜରୁରୀକାଳୀନ ବୈଠକ ଡାକିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ପୁଣି ଚିନ୍ତା ବଢାଇଲାଣି କରୋନା । ଧିରେ ଧିରେ ବଢିବାରେ ଲାଗିଛି ପଜିଟିଭଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୩ ହଜାର ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସକ୍ରିୟ ଆକାନ୍ତଙ୍କ ସଂଖ୍ୟ ମଧ୍ୟ ୧୩ ହଜାର ୫୦୯ ଛୁଇଁଛି । ଲଗାତାର କିଛି ଦିନ ହେଲା ଦୈନିକ ସଂକ୍ରମଣ ହଜାର ଉପରେ ରହୁଥିବା ବେଳେ ଏବେ ଏହା ୩ ହଜାର ଛୁଇଁଛି । ଗୋଟିଏ ଦିନ ତଳେ ଏହା ୨,୧୫୧ ଥିଲା । ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି।

ଗୋଟିଏ ଦିନ ତଳେ ଏହା ୪ ଥିଲା। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୬୨ ଛୁଇଁଛି। ସେପଟେ ରାଜଧାନୀ ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୩୦୦ ମାମଲା ଚିହ୍ନଟ ହୋଇଛି । ଏତେ ସଂଖ୍ୟକ ମାମଲା ସାମ୍ନାକୁ ଆସିବା ପରେ ଜରୁରୀକାଳୀନ ବୈଠକ ଡାକିଛନ୍ତି ଦିଲ୍ଲୀ ସରକାର । ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜଙ୍କ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ବୈଠକ ଡକାଇଛନ୍ତି । ସଂକ୍ରମଣ ବଢୁଥିବାରୁ ସତର୍କ ରହିବାକୁ ବିଶେଷଜ୍ଞ ଡାକ୍ତରମାନେ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ