Masthead

‘ହେଟ ସ୍ପିଚ ରାଜନୀତି ପାଲଟିଗଲାଣି’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ହେଟ୍ ସ୍ପିଚ୍ ମାମଲାରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ । ଦଙ୍ଗା ସୃଷ୍ଟିକାରୀ ଭାଷଣ ଦେଉଥିବା ବ୍ୟକ୍ତିଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିବାରୁ କେନ୍ଦ୍ର ଉପରେ ବର୍ଷିଛନ୍ତି କୋର୍ଟ । ଯଥା ସମ୍ଭବ ଧର୍ମଠାରୁ ରାଜନୀତିକୁ ଅଲଗା ରଖିବାକୁ କହିଛନ୍ତି ସୁପ୍ରିମକୋର୍ଟ । ସମାଜରେ କେହି କାହାକୁ ଧର୍ମ ନାଁରେ ଅପମାନିତ କରିପାରିବେ ନାହିଁ । ଯଦି ଏଭଳି ଘଟଣା ଘଟୁଛି ରାଜ୍ୟ ସରକାର ମାନେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି । ରାଜ୍ୟ ଗୁଡିକ ଶକ୍ତିହୀନ ହେବା ସହ ନଂପୁସକ ହୋଇଗଲେଣି । ଯଦି ରାଜ୍ୟ ସରକାର ଚୁପ ରହୁଛନ୍ତି, ତେବେ ସେମାନଙ୍କୁ ରାଜ୍ୟ ବୋଲି କାହିଁକି କୁହାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

ବର୍ତ୍ତମାନ ସମୟରେ ହେଟ ସ୍ପିଚ ରାଜନୀତି ପାଲଟିଗଲାଣି । ଏହା ଉପରେ ବ୍ରେକ ଲଗାଇବା ନିହାତି ଦରକାର । ଧର୍ମକୁ ରାଜନୀତିଠୁ ନ ଦୂରେଇଲେ ହେଟ ସ୍ପିଚ ବଢିବ ବୋଲି କୋର୍ଟ କହିଛନ୍ତି। ଦେଶରେ ହେଟ୍ ସ୍ପିଚକୁ ନେଇ ଦଙ୍ଗା ସୃଷ୍ଟି ହେଉଥିବାରୁ ଚିନ୍ତା ପ୍ରକଟ କରିନ୍ତି ସର୍ବୋଚ୍ଚ ନ୍ୟାୟାଳୟର କେଏମ୍ ଯୋଶେଫ୍ ଓ ଜଷ୍ଟିସ୍ ବି.ବି ନାଗରତ୍ନାଙ୍କ ଖଣ୍ଡପୀଠ । ଦଙ୍ଗା ସୃଷ୍ଟିକାରୀ ବ୍ୟକ୍ତିଙ୍କ ବିରୋଧରେ ସରକାର କିଛି ବି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାଁନ୍ତି । ସରକାର କ’ଣ ନପୁଂସକ ହୋଇଗଲେଣି ବୋଲି ପ୍ରଶ୍ନ କରିଛନ୍ତି ଖଣ୍ଡପୀଠ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି