Masthead

କରୋନାରେ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜି ୧୬ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱରରୁ ୪, ଢେଙ୍କାନାଳରୁ ୨ଜଣଙ୍କ ଜୀବନ ନେଇଛି କରୋନା । ଗଜପତି, ପୁରୀ, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ୫ ମୃତକଙ୍କ ମଧ୍ୟରୁ ୩ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡିଛି ।

ଭୁବନେଶ୍ୱରର ୬୫ ଓ ୬୭ ବର୍ଷୀୟ ମହିଳା, ୬୯ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାର ଅନ୍ୟ ୨ ମୃତକ ୬୦ ବର୍ଷୀୟ ମହିଳା ଓ ୭୦ ବର୍ଷୀୟ ପୁରୁଷ ଅଛନ୍ତି । ବାଲେଶ୍ୱର ୬୦, ୬୮ ଓ ୮୪ ବର୍ଷୀୟ ପୁରୁଷ; ୪୨ ବର୍ଷୀୟ ମହିଳା ମୃତ । ଢେଙ୍କାନାଳ ଜିଲ୍ଲାର ୨ ମୃତ ପୁରୁଷ; ବୟସ ୫୯ ଓ ୬୬ ରହିଛି । ଗଜପତିର ୭୦ ବର୍ଷୀୟ ମହିଳା; ପୁରୀର ୬୮ ବର୍ଷୀୟ ପୁରୁଷ ମୃତ । କଳାହାଣ୍ଡିର ୫୦ ବର୍ଷୀୟ ମହିଳା, କେନ୍ଦ୍ରପଡାର ୭୪ ବର୍ଷୀୟା ପୁରୁଷ ଓ କୋରାପୁଟ ୬୦ ବର୍ଷୀୟ ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ