ପଞ୍ଚାୟତ ନିର୍ବାଚନ ଟିକେଟକୁ ନେଇ ଟିଏମସିର ଦୁଇ ନେତାଙ୍କୁ ହତ୍ୟା

କୋଲକାତା (ବଡ଼ ଖବର ବ୍ୟୁରୋ):ପଞ୍ଚାୟତ ନିର୍ବାଚନ ଟିକେଟକୁ ନେଇ ଗଣ୍ଡଗୋଳ । ଟିଏମସିର ଦୁଇ ନେତାଙ୍କୁ ଗୁଳିକରି ହତ୍ୟା । ଗତକାଲି ରାମନବମୀ ଅବସରରେ ପଶ୍ଚିମବଙ୍ଗରେ ଭୟଙ୍କର ଦଙ୍ଗା ଦେଖିବାକୁ ମିଳିଥିବା ବେଳେ ଆଜି ପୁଣି ଦେଖିବାକୁ ମିଳିଛି ଏକ ବଡ଼ ଅଘଟଣ । ପଞ୍ଚାୟତ ନିର୍ବାଚନ ନେଇ ଆୟୋଜିତ ବୈଠକରେ ଗୁଳିମାଡ଼ କରାଯାଇଛି । ଏହି ଘଟଣାରେ ତୃଣମୂଳ କଂଗ୍ରେସ (ଟିଏମସି)ର ୨ ଜଣ କାର୍ଯ୍ୟକର୍ତ୍ତାଙ୍କର ମୃତ୍ୟୁ ଘଟିଛି ।

ଦୁଇ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ପୁଣି ଥରେ ରାଜ୍ୟ ରାଜନୀତି ସରଗରମ୍ ରହିଛି । ସୂଚନା ଅନୁସାରେ ଆଗକୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବାର ଅଛି । ସେଥିପାଇଁ ଟିଏମସିର ପ୍ରାର୍ଥୀ ଚୟନ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ତେବେ ଏହି ବୈଠକରେ ଦଳର ଦୁଇପକ୍ଷଙ୍କ ମଧ୍ୟରେ ଭୟଙ୍କର ବିବାଦ ଦେଖାଦେଇଥିଲା । ଫଳରେ ଗୁଳିମାଡ଼ରେ ଟିଏମସିର ଦୁଇ କାର୍ଯ୍ୟକର୍ତ୍ତା ଫୈଜୁଲ ରହମାନ ଓ ହାସୁ ମହମ୍ମଦଙ୍କୁ ଗୁଳି ମାରି ହତ୍ୟା କରାଯାଇଥିଲା । ଗୁରୁତର ଅବସ୍ଥାରେ ଦୁହିଁଙ୍କୁ ମେଡିକାଲକୁ ନିଆଯାଇଥିଲେ ହେଁ ସେଠାରେ ସେମାନଙ୍କର ମୃତ୍ୟୁ ଘଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ