Masthead

ଥିଲାବାଲାଙ୍କୁ ଘର, ନଥିବାବାଲା ଭକୁଆ

ସଇଁନ୍ତଳା (ବଡ଼ ଖବର ବ୍ୟୁରୋ): ଗରିବ ଲୋକଙ୍କ ଲାଗି ସରକାର ଘୋଷଣା କରିଛନ୍ତି ଆବାସ ଯୋଜନା । ପକ୍କାଘର ଥିବା ଲୋକଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା । ଯୋଗ୍ୟ ହିତାଧିକାରୀ କିନ୍ତୁ ଏହି ଯୋଜନାରୁ ବଞ୍ଚିତ । ବଲାଙ୍ଗୀର ଜିଲ୍ଲା ସଇଁନ୍ତଳା ବ୍ଲକ କନ୍ଧକେଇଗାଁ ପଞ୍ଚାୟତ ଜଲିଆଦର୍ହ ଗାଁରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ସରକାରଙ୍କ ଏହି ଲୋକପ୍ରିୟ ଯୋଜନାରୁ ବଞ୍ଚିତ ହିତାଧିକାରୀମାନେ ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି ।

ହିତାଧିକାରୀମାନେ ଅଭିଯୋଗରେ ଦର୍ଶାଇଛନ୍ତି ଯେ ରସିଦ ପାଇଥିଲେ ସୁଦ୍ଧା ପକ୍କାଘର ପାଇବାରୁ ବଞ୍ଚିତ । ଏନେଇ ପୂର୍ବରୁ ବିଡିଓଙ୍କୁ ଅଭିଯୋଗ କରିଥିଲେ ମଧ୍ୟ ସେ ଶୁଣିନଥିବା ଜିଲ୍ଲାପାଳଙ୍କ ଆଗରେ ଫେରାଦ ଦେଇଛନ୍ତି ଲୋକେ । ଜିଲ୍ଲାପାଳ ଏନେଇ ସମ୍ପୃକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଯୋଗାଯୋଗ କରିଥିଲେ । ତେବେ ପ୍ରକୃତ ହିତାଧିକାରୀଙ୍କୁ ଆବାସ ଯୋଜନା ମିଳିଥିବା ସଫେଇ ଦେଇଛନ୍ତି କାର୍ଯ୍ୟନିର୍ବାହୀ ଅଧିକାରୀ । ସେପଟେ ଅଭିଯୋଗକାରୀଙ୍କୁ ପକ୍କାଘର ଯୋଗାଇ ଦେବାର ପ୍ରତିଶ୍ରୃତି ଦେଇଛନ୍ତି ଜିଲ୍ଲାପାଳ । ଏବେ ଦେଖିବାକୁ ବାକି ରହିଲା କେବେ ଜିଲ୍ଲାପାଳ ତାଙ୍କ ପ୍ରତିଶ୍ରୁତି ରକ୍ଷା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା