ଥିଲାବାଲାଙ୍କୁ ଘର, ନଥିବାବାଲା ଭକୁଆ

ସଇଁନ୍ତଳା (ବଡ଼ ଖବର ବ୍ୟୁରୋ): ଗରିବ ଲୋକଙ୍କ ଲାଗି ସରକାର ଘୋଷଣା କରିଛନ୍ତି ଆବାସ ଯୋଜନା । ପକ୍କାଘର ଥିବା ଲୋକଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା । ଯୋଗ୍ୟ ହିତାଧିକାରୀ କିନ୍ତୁ ଏହି ଯୋଜନାରୁ ବଞ୍ଚିତ । ବଲାଙ୍ଗୀର ଜିଲ୍ଲା ସଇଁନ୍ତଳା ବ୍ଲକ କନ୍ଧକେଇଗାଁ ପଞ୍ଚାୟତ ଜଲିଆଦର୍ହ ଗାଁରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ସରକାରଙ୍କ ଏହି ଲୋକପ୍ରିୟ ଯୋଜନାରୁ ବଞ୍ଚିତ ହିତାଧିକାରୀମାନେ ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି ।

ହିତାଧିକାରୀମାନେ ଅଭିଯୋଗରେ ଦର୍ଶାଇଛନ୍ତି ଯେ ରସିଦ ପାଇଥିଲେ ସୁଦ୍ଧା ପକ୍କାଘର ପାଇବାରୁ ବଞ୍ଚିତ । ଏନେଇ ପୂର୍ବରୁ ବିଡିଓଙ୍କୁ ଅଭିଯୋଗ କରିଥିଲେ ମଧ୍ୟ ସେ ଶୁଣିନଥିବା ଜିଲ୍ଲାପାଳଙ୍କ ଆଗରେ ଫେରାଦ ଦେଇଛନ୍ତି ଲୋକେ । ଜିଲ୍ଲାପାଳ ଏନେଇ ସମ୍ପୃକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଯୋଗାଯୋଗ କରିଥିଲେ । ତେବେ ପ୍ରକୃତ ହିତାଧିକାରୀଙ୍କୁ ଆବାସ ଯୋଜନା ମିଳିଥିବା ସଫେଇ ଦେଇଛନ୍ତି କାର୍ଯ୍ୟନିର୍ବାହୀ ଅଧିକାରୀ । ସେପଟେ ଅଭିଯୋଗକାରୀଙ୍କୁ ପକ୍କାଘର ଯୋଗାଇ ଦେବାର ପ୍ରତିଶ୍ରୃତି ଦେଇଛନ୍ତି ଜିଲ୍ଲାପାଳ । ଏବେ ଦେଖିବାକୁ ବାକି ରହିଲା କେବେ ଜିଲ୍ଲାପାଳ ତାଙ୍କ ପ୍ରତିଶ୍ରୁତି ରକ୍ଷା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ