ମାତିଲେ ଲୁଟେରା, ଲୁଟିଲେ ୨୭ ଲକ୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପୁଣି ସକ୍ରିୟ ହୋଇଉଠିଛନ୍ତି ଲୁଟେରା । ପଟିଆ ଷ୍ଟେସନ୍ ରୋଡରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏଟିଏମରୁ ଶନିବାର ଲାତିରେ ବଡ଼ ଧରଣର ଲୁଟ୍ ହୋଇଛି । ଦୁର୍ବୃତ୍ତମାନେ ଗ୍ୟାସ କଟରରେ ଏଟିଏମ୍ କାଟି ୨୭ ଲକ୍ଷ ଟଙ୍କା ଟଙ୍କା ଲୁଟିନେଇଛନ୍ତି । ଆଜି ପ୍ରତ୍ୟୁଷରେ ଲୁଟର ସୁରାକ୍ ପାଇ ବ୍ୟାଙ୍କ କର୍ତ୍ତୃପକ୍ଷ ଇଫୋସିଟି ଥାନାରେ ଏତଲା ଦେଇଥିଲେ । ପୋଲିସ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ତଦନ୍ତ ଜୋରଦାର କରିଛି । ଏଟିଏମରେ ଲାଗିଥିବା ଗୁପ୍ତ କ୍ୟାମେରା ଏବେ ପୋଲିସ ପାଇଁ ଏକମାତ୍ର ସାହାରା । ପୂର୍ବରୁ ନୟାଗଡ଼ର ଜଣେ ଯୁବକ ରାଜଧାନୀର ଦୁଇଟି ବ୍ୟାଙ୍କରୁ ଟଙ୍କା ଲୁଟିନେଇ ପୋଲିସ ହାତରେ ଧରାପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ