Masthead

୨୪ ଘଣ୍ଟାରେ ୩,୮୨୩ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣ ସଂଖ୍ୟା । ୪ହଜାର ମୁହାଁ ହୋଇଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୮୨୩ ଛୁଇଁଛି। ଗୋଟଏ ଦିନ ତଳେ ଏହା ୨,୯୯୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ଟପିଛି। ଏହା ୧୮ ହଜାର ୩୮୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୩୫୪ ଥିଲା। ସେହିପରି ୨୪ ଘଣ୍ଟାରେ ୧,୭୮୪ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୮୪୦ ଥିଲା।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୨୨ ହଜାର ୬୦୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୭୩ ହଜାର ୩୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି। ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି