Masthead

ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନଭେମ୍ବର-୩ରେ ଓଡିଶାର ୨ଟି ବିଧାନସଭା ଆସନ ପାଇଁ ହେବ ଉପନିର୍ବାଚନ । ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ବିୟୋଗ ପରେ ଏହି ଆସନ ଖାଲି ରହିଛି । ସେହିପରି ବାଲେଶ୍ୱର ସଦର ଆସନରୁ ବିଧାନସଭାକୁ ପ୍ରତିନିଧିତ୍ୱ କରୁଥିବା ବିଜେପି ବିଧାୟକ ମଦନମୋହନ ଦତ୍ତଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ରହିଛି । ଏହି ୨ ବିଧାନସଭା ଆସନ ହାତେଇବା ପାଇଁ ଶାସକ ବିଜେଡି ଓ ବିରୋଧୀ ବିଜେପି, କଂଗ୍ରେସ ମଧ୍ୟରେ ଚାଲିଛି ଛକାପଞ୍ଝା ।

ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ଆସନ୍ତା ୧୯ ଥିବା ବେଳେ କଂଗ୍ରେସର ନବନିଯୁକ୍ତ ପ୍ରଭାରୀ ଏ. ଚେଲ୍ଲାକୁମାର ଇତି ମଧ୍ୟରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ କରିସାରିଲେଣି । କିନ୍ତୁ ବିଜେଡି ଓ ବିଜେପିର କୌଣସି ଟାଣୁଆ ନେତା ଏହି ନିର୍ବାଚନ ମଣ୍ଡଳୀ ଗ୍ରସ୍ତ କରିନାହାନ୍ତି । ଆଜି ବିଜେପି ୨ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ବାଲେଶ୍ୱର ସଦର ଆସନ ପାଇଁ ସ୍ୱର୍ଗତ ମଦନମୋହନଙ୍କ ପୁଅ ମାନସଙ୍କୁ ଦଳ ପ୍ରାର୍ଥୀ କରିଛି ସେହିପରି ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରାଜକିଶୋର ବେହେରା ପ୍ରାର୍ଥୀ ହୋଇଛନ୍ତି । ନାମାଙ୍କନ ପତ୍ର ଦାଖଲ ପାଇଁ ଆଉ ୮ ଦିନ ସମୟ ଥିବା ବେଳେ ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ । ବିଜେପିର ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂଙ୍କ ସୂଚନା ଆଧାରରେ ରାଜ୍ୟ ବିଜେପି କାର୍ଯ୍ୟାଳୟ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା