ଷ୍ଟାଡିୟମକୁ ସିଏଏ ଏବଂ ଏନଆରସି ବ୍ୟାନରକୁ ନାଁ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୩ ମ୍ୟାଚ ଦେଖିବାକୁ ଆସୁଥିବା ଦର୍ଶକଙ୍କ ପାଇଁ ଏକ ସ୍ବତନ୍ତ୍ର ଆଡଭାଇଜରୀ ଜାରି କରାଯାଇଛି। ଏହା ଅନୁଯାୟୀ, ଦିଲ୍ଲୀ, ମୋହାଲି, ହାଇଦ୍ରାବାଦ ଏବଂ ଅହମଦାବାଦରେ ଆଇପିଏଲ ମ୍ୟାଚ ସମୟରେ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଏବଂ ନ୍ୟାଶନାଲ ରେଜିଷ୍ଟର ଅଫ ସିଟିଜେନ୍ସ (ଏନଆରସି) ବିରୋଧରେ ବ୍ୟାନର ନେବାକୁ ଦର୍ଶକଙ୍କୁ ଅନୁମତି ଦିଆଯିବ ନାହିଁ। ଏହାର ଉଲ୍ଲଂଘନକଲେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଚେନ୍ନାଇ ସୁପର କିଙ୍ଗ୍ସ, ଦିଲ୍ଲୀ କ୍ୟାପିଟାଲସ୍, ଗୁଜରାଟ ଟାଇଟାନ୍ସ, ଲକ୍ଷ୍ନୌସୁପର ଜ୍ୟାଣ୍ଟସ, ସନରାଇଜର୍ସ ହାଇଦ୍ରାବାଦ, ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗ୍ସର ଟିକେଟ ପାର୍ଟନର ‘ପେଟିଏମ ଇନସାଇଡର୍‌’ କିଛି  ନିଷିଦ୍ଧ ସାମଗ୍ରୀର ତାଲିକା ପ୍ରକାଶ କରିଛି। ସେଥିମଧ୍ୟରେ ସିଏଏ ଏବଂ ଏନଆରସି ବ୍ୟାନର ଅଛି। ସାଧାରଣତଃ ବିସିସିଆଇ ସହିତ ପରାମର୍ଶ କରିବା ପରେ ଏହା କରାଯାଇଥାଏ। କାରଣ କ୍ରୀଡା ଇଭେଣ୍ଟ କୌଣସି ସମ୍ବେଦନଶୀଳ ରାଜନୈତିକ କିମ୍ବା ନୀତିଗତ ପ୍ରସଙ୍ଗର ପ୍ରୋତ୍ସାହନ ପାଇଁ ଅନୁମତି ଦେଇ ନ ଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!