Masthead

୧୪ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁଁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ ସମେତ ଗଜପତି, କୋରାପୁଟ, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ସୋମବାର ଠାରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ରବିବାର ଅପରାହ୍ନ ୩ଟା ସୁଦ୍ଧା ବିଶାଖାପାଟନା ଠାରୁ ୪୦୦ କିଲୋମିଟର ଓ କାକିନାଡ଼ା ଠାରୁ ୪୫୦ ମିଲୋମିଟର ଦୂରରେ ରହିଛି ଏହି ଅବପାତ । ଏହା ପଶ୍ଚିମ-ଉତ୍ତର ଦିଗ ଆଡ଼କୁ ଗତି କରୁଛି । ୧୨ ତାରିଖ ରାତି ସୁଦ୍ଧା ଏହି ଗଭୀର ଅବପାତ ବିଶାଖାପାଟନା ଓ ନର୍ଶାପୁର ମଧ୍ୟରେ ଅତିକ୍ରମ କରିବ ବୋଲି କୁହାଯାଇଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୫ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ ବୋଲି ସୂଚନା ଦିଆଯାଇଛି ।

ଗଭୀର ଅବପାତ ପ୍ରଭାବରେ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୁର୍ବାନୁମାନ କରାଯାଇଛି । ଏହି ୫ଟି ଜିଲ୍ଲା ସମେତ ନବରଙ୍ଗପୁର, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ନୂଆପଡ଼ା ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି । ଏହି ସମୟରେ ମତ୍ସଜୀବିମାନେ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ସମ୍ଭାବନା ଥିବା ଜିଲ୍ଲା ଗୁଡ଼ିକର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ଭୁ ସ୍ଖଳନ ହେବାର ସମ୍ଭାବନା ଥିବାରୁ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ଏସଆରସି କହିଛନ୍ତି । ଏହି ସମୟରେ ଓଡ଼ିଶା ସମୁଦ୍ର ଅଶାନ୍ତ ରହିବ । ସମୁଦ୍ରରେ ୧୧ ଫୁଟ ଉଚ୍ଚର ମିନିଟ୍ ପ୍ରତି ୭.୨ କିଲୋମିଟର ବେଗରେ ଜୁଆର ଆସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ