Masthead

ଆଜି ଆଇପିଏଲରେ ଯୁବ ବନାମ ଅଭିଜ୍ଞ ଟକ୍କର

ଦୁବାଇ, (ବଡ଼ ଖବର ବ୍ୟୁରୋ) : ଆଜି ତ୍ରୟୋଦଶ ଆଇପିଏଲର ୨୭ତମ ମ୍ୟାଚରେ ମୁର୍ହାଁମୁହିଁ ହେବେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ଓ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ । ଆଜି ଉଭୟ ଦଳ ସେମାନଙ୍କ ସପ୍ତମ ମ୍ୟାଚ ଆବୁଧାବୀରେ ଖେଳିବେ । ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ୬ଟି ମ୍ୟାଚରୁ ୫ଟି ବିଜୟ ସହ ପଏଣ୍ଟେ ଟେବୁଲର ପ୍ରଥମ ସ୍ଥାନରେ ଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ୬ଟି ମ୍ୟାଚରୁ ୪ଟି ବିଜୟ ସହ ପଏଣ୍ଟେ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି । ଆଜି ଉଭୟ ଦଳ ଏହି ମ୍ୟାଚକୁ ଜିତି ପଏଣ୍ଟେ ଟେବୁଲରେ ପ୍ରଥମ ସ୍ଥାନରେ ରହିବାକୁ ଚେଷ୍ଟା କରିବେ । ଆଇପିଏଲ ଇତିହାସରେ ଉଭୟ ଦଳ ୨୪ ଥର ସାମ୍ନାସାମ୍ନି ହୋଇଥିବା ବେଳେ ଦୁଇ ଦଳ ୧୨ଟି ଲେଖାଏଁ ମ୍ୟାଚ ଜିତିଛନ୍ତି । ଉଭୟ ଦଳ ସେମାନଙ୍କ ପୂର୍ବ ତିନୋଟି ମ୍ୟାଚ ଜିତି ଥିବାରୁ ଆଜି ସେମାନଙ୍କ ଦଳରେ କୌଣସି ପରିବର୍ତ୍ତନ ହୋଇନପାରେ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ