Masthead

ହାଟପଡା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ସମ୍ବଲପୁର, (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଅପରାଧ । ପ୍ରଶାସନ ଏହାକୁ ରୋକିବା ପାଇଁ ଅନେକ ପଦକ୍ଷେପ ନେଉଥିଲେ ମଧ୍ୟ ତାହା ସଫଳରୂପେ କାର୍ଯ୍ୟକାରୀ ହୋଇପାରୁନାହିଁ । ଗତକାଲି ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ହାଟପଡ଼ାରେ ହୋଇଥିବା ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଦେବ ବାଗକୁ ଆଜି ସମ୍ବଲପୁର ପୋଲିସ ଗିରଫ କରିଛି। ଏନେଇ ସମ୍ବଲପୁର ସଦର ଏସଡିପିଓ ତପନ ମହାନ୍ତି ସୂଚନା ଦେଇଛନ୍ତି।

ସୁଚନା ଅନୁଯାୟୀ, ଗତକାଲି ଏହି ହତ୍ୟାକାଣ୍ଡ ପରେ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ୩ଟି ସ୍ୱତନ୍ତ୍ର ଟିମ ଗଠନ କରିଥିଲା। ସମ୍ବଲପୁର ପୋଲିସ ଏହି ଘଟଣାକୁ ଗୁରୁତ୍ୱ ଦେବା ସହ ଆଜି ମୁଖ୍ୟ ଅଭିଯୁକ୍ତ ଦେବ ବାଗ କୁ ଗିରଫ କରିଛି ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଗିରଫ ଅଭିଯୁକ୍ତ ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ୮ଟି କେଶ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଆଜି ଅଭିଯୁକ୍ତ କୁ କୋର୍ଟ ଚାଲାଣ କରାଯିବ। ଦରକାର ପଡିଲେ ଆଗକୁ ଘଟଣାର ଅଧିକ ତଦନ୍ତ ପାଇଁ ପୋଲିସ ଅଭିଯୁକ୍ତ କୁ ରିମାଣ୍ଡରେ ଆଣିପାରେ ବୋଲି ପୋଲିସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ