Masthead

ହିନ୍ଦୋଳରେ ୧୬ ୱାର୍ଡରୁ ୧୧ରେ ବିଜେଡି ବିଜୟୀ

ହିନ୍ଦୋଳ(ବଡ଼ ଖବର ବ୍ୟୁରୋ): ହିନ୍ଦୋଳ ପୌର ନିର୍ବାଚନରେ ବିଜେଡି ବାଜିମାତ କରିଛି । ୧୬ଗୋଟି ୱାର୍ଡ କାଉନସିଲର ଓ ଅଧକ୍ଷ ପାଇଁ ହୋଇଥିବା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ୧୬ଗୋଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାଥୀ ଓ ୫ଟିରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ସେହିପରି ହିନ୍ଦୋଳ ପୌର ପରିଷଦର ଅଧକ୍ଷ ନିର୍ବାଚନରେ ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ ୪୨୪ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି ।

ବିଜେପିର ନିକଟତମ ପ୍ରତିଦ୍ୱନ୍ଦୀ ଶୋଭାଗିନି ପ୍ରଧାନଙ୍କୁ ୪୨୪ ଭୋଟରେ ହରାଇଛନ୍ତି ବିଜେଡି ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ। ବିଜେଡି ୧୧ଟି ୱାର୍ଡ ଦଖଲ କରିଥିବା ବେଳେ ବିଜେପି ୫ଟି ୱାର୍ଡରେ ବିଜୟୀ ହୋଇଛି। ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ ୪୩୪୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀନି ୩୯୨୩ ଖଣ୍ଡ ଭୋଟ ପାଇଛନ୍ତି । ନିର୍ବାଚନରେ ୮ହଜାର୬୪୧ ଭୋଟର ମତାଧିକାର ସାବ୍ୟସ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ