Masthead

ବିଜୁଳି, ଘଡ଼ଘଡ଼ି ସହ ବଢ଼ିବ ବର୍ଷା ପରିମାଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବିଜୁଳି, ଘଡ଼ଘଡ଼ି ସହ ବଢ଼ିବ ବର୍ଷା ପରିମାଣ । ଦକ୍ଷିଣ ଓଡ଼ିଶାରେ ୪୦ କିମି ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟର କିଛି ଜିଲ୍ଲାରେ ଜାରି ରହିଛି କାଳବୈଶାଖୀ ତାଣ୍ଡବ । କିଛି ଜିଲ୍ଲାରେ ବର୍ଷା, ପବନ ହେଉଥିବା ବେଳେ କିଛି ଜିଲ୍ଲା ପ୍ରଚଣ୍ଡ ଖରା ମଧ୍ୟ ହେଉଛି । ତେବେ ରାଜ୍ୟରେ ୯ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା  ସମେତ ପ୍ରଭାବିତ ହେବ ଦକ୍ଷିଣ ଓଡ଼ିଶା । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ଏକ ଟ୍ରପ୍ ଲାଇନ୍ ସମୁଦ୍ର ପତ୍ତନ ଠାରୁ ୦.୯ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି ।

ଯାହାର ପ୍ରଭାବରେ ଆଜିଠୁ ପୁଣି ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ । ଏଥିପାଇଁ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲି ଘଡଘଡି ବିଜୁଳି ସମେତ ବର୍ଷାପବନ ପାଇଁ ୧୦ ଜିଲ୍ଲା ଏବଂ ପବନ ସମେତ ବଜ୍ରପାତ ପାଇଁ ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ