ଜାଲ ସାର୍ଟିଫିକେଟ କାରବାର, ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଆଇଜି

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ନକଲି ସାର୍ଟିଫିକେଟ୍ ମାମଲାରେ ୪ ଜଣଙ୍କୁ ରିମାଣ୍ଡରେ ନେଇ ଜେରା କରୁଛି କ୍ରାଇମବ୍ରାଂଚ । ସେପଟେ ତଦନ୍ତର ଅଗ୍ରଗତି ସମୀକ୍ଷା କରିଛନ୍ତି କ୍ରାଇମବ୍ରାଞ୍ଚ ଆଇଜି । ଡାକ ଅଧିକ୍ଷକଙ୍କ ସହ ଆଲୋଚନା କରିଛନ୍ତି ବଲାଙ୍ଗୀର କ୍ରାଇମବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା । ଡାକ ଅଧିକ୍ଷକଙ୍କୁ ପଚରାଉଚରା କରିବା ପରେ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କୁ ମଧ୍ୟ ଜେରା କରାଯାଇଛି ।

ସେହିପରି କ୍ରାଇମବ୍ରାଞ୍ଚ ତଦନ୍ତ ଅଧିକାରୀ ଡିଏସପି ଦେବବ୍ରତ ଚକ୍ର ଓ ଅନ୍ୟ ଅଧିକାରୀମାନେ ଡାକ ଅଧୀକ୍ଷକ ରାଜେନ୍ଦ୍ର ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଅଧୀକ୍ଷକଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ବି ଜେରା କରିଥିଲେ । ନିଯୁକ୍ତି ବେଳେ କିଭଳି ଭାବେ ଜାଲ୍ ସାର୍ଟିଫିକେଟ ଧରାପଡ଼ିଲା ସେ ନେଇ ଡାକ ଅଧିକ୍ଷକଙ୍କୁ ଟିକନିଖି ଭାବେ ପଚାରିଥିଲା କ୍ରାଇମବ୍ରାଞ୍ଚ। ଦୀର୍ଘ ପାଞ୍ଚ ଦିନ ହେଲା ବଲାଙ୍ଗିର ଜାଲି ସାର୍ଟିଫିକେଟ ମାମଲାର ଖୋଳତାଡ଼ ଚଳାଇଛି କ୍ରାଇମବ୍ରାଞ୍ଚ ଟିମ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!