୫ ଡଙ୍ଗା କାଢ଼ିଲେ ଭୋଇ ସେବାୟତ, ଚନ୍ଦନ ଚାପ ପାଇଁ ଏମିତି ପ୍ରସ୍ତୁତି

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୩ ତାରିଖ ଅକ୍ଷୟ ତୃତୀୟା ଅବସରରେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ଚନ୍ଦନଯାତ୍ରା। ବର୍ଷ ତମାମ୍ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ରହିଥିବା ନନ୍ଦା, ଭଦ୍ରା ନାମରେ ଦୁଇଟି ଓ ବୈଜୟନ୍ତୀ ନାମକ ଗୋଟିଏ ସମୁଦାୟ ୫ଟି ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଭୋଇ ସେବାୟତଙ୍କ ଦ୍ୱାରା ଉଦ୍ଧାର କରାଯାଇଛି । ପରମ୍ପରା ଅନୁଯାୟୀ ପ୍ରତିବର୍ଷ ମହାପ୍ରଭୁଙ୍କର ଚନ୍ଦନଯାତ୍ରା ସରିବା ପରେ ଅଥବା ହଳଦୀପାଣି ପରଦିନ ସମସ୍ତ ଡଙ୍ଗାକୁ ଭଙ୍ଗାଯାଇ ଭୋଇ ସେବାୟତମାନଙ୍କ ଦ୍ୱାରା ନରେନ୍ଦ୍ର ପୁଷ୍କରିଣୀ ଭିତରେ ବୁଡାଇ ଦିଆଯାଇଥାଏ ।

ଚୈତ୍ର ପୂର୍ଣ୍ଣିମାରେ ଏହାକୁ ଉଦ୍ଧାର କରି ମରାମତି କରାଯିବା ସହ ଅକ୍ଷୟ ତୃତୀୟା ଠାରୁ ଦୀର୍ଘ ୨୧ ଦିନ ବ୍ୟାପି ଆରମ୍ଭ ହେବାକୁ ଥିବା ଚନ୍ଦନଯାତ୍ରା ପାଇଁ ଏହାକୁ ପୁନଃ ପ୍ରସ୍ତୁତ କରାଯାଇଥାଏ । ମଦନମୋହନ, ଭୁଦେବୀ, ଶ୍ରୀଦେବୀ ଏବଂ ପଞ୍ଚୁପାଣ୍ଡବ ଶ୍ରୀମନ୍ଦିରରୁ ବିଜେ କରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ। ଏଥିଲାଗି ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବାୟତମାନେ ସମସ୍ତ ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠାଇବା ସହ ସେଥିରେ ପିଚୁ, ରାଳ ଇତ୍ୟାଦି ଦେଇ ମହାପ୍ରଭୁଙ୍କର ଚାପ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ