Masthead

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦୂତ ହେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ, (ବଡ଼ ଖବର ବ୍ୟୁରୋ) : କୁଏତର ସମ୍ରାଟ ଶେକ୍ ସବାହ୍ -ଅଲ ଅହମ୍ମଦ ଅଲ୍-ଜାବେର୍ ଅଲ୍-ସବାହ୍ଙ୍କ ବିୟୋଗରେ ଭାରତର ଶୋକ ସଂଦେଶ ଦେବା ପାଇଁ ଅକ୍ଟୋବର ୧୧ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଦୁଇ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତର ମହାମହିମ ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଶୋକ ସଂଦେଶପତ୍ରକୁ କୁଏତର ନୂଆ ସମ୍ରାଟ ଶେକ୍ ନୱାଫ୍ ଅଲ୍-ଅହମ୍ମଦ-ଅଲ୍-ଜାବେର୍-ଅଲ୍-ସବାହଙ୍କୁ ପ୍ରଦାନ କରିବେ ଶ୍ରୀ ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ବିଭିନ୍ନ ବୈଠକରେ ଯୋଗ ଦେବା ସହ, କୁଏତରେ ଥିବା ଭାରତୀୟ ସମ୍ପ୍ରଦାୟ ତଥା ଓଡ଼ିଆ ଉଦ୍ୟୋଗପତିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ଶ୍ରୀ ପ୍ରଧାନ ଆସନ୍ତା ୧୨ ତାରିଖରେ କୁଏତର ନୂଆ ସମ୍ରାଟ ଶେକ୍ ନୱାଫ୍ ଅଲ୍-ଅହମ୍ମଦ ଅଲ୍-ଜାବେର୍ ଅଲ୍-ସବାହ୍ ଓ କୁଏତର ତୈଳ ମନ୍ତ୍ରୀ ଡ଼. ଖାଲିଦ ଅଲି ମହମ୍ମଦ ଅଲ୍-ଫାଦେଲ୍ ସହ ନିର୍ଧାରିତ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ