Masthead

କାଳବୈଶାଖୀ ବର୍ଷା, ଅପରାହ୍ନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି କାଳବୈଶାଖୀ ବର୍ଷା । ଅପରାହ୍ନରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ହୋଇପାରେ ବର୍ଷା । ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗର ଆକଳନ କରିଛି । ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିଭଳି ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ଢେଙ୍କାନାଳ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଝଡ଼ବର୍ଷା ହୋଇପାରେ ।

୯ ତାରିଖ ଦିନ ମଧ୍ୟ ରାଜ୍ୟରେ କାଳବୈଶାଖୀର ପ୍ରକୋପ ରହିବ । କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ଦୁଇ ଦିନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ