କେବେ କାହାକୁ ଦିଆଯିବ କୋଭିଡ୍ ଟୀକା

ନୂଆଦିଲ୍ଲୀ, (ବଡ଼ ଖବର ବ୍ୟୁରୋ) : ଦେଶରେ ହୁ ହୁ ହୋଇ ବଢି ଚାଲିଛି ମହାମାରୀ କରୋନା । ଏବେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ କେବେ ଆସିବ କରୋନା ଟୀକା ? କରୋନା ଟୀକା ଆସିବା ପରେ ଯୁବ ବର୍ଗଙ୍କୁ ଦିଆଯିବ ବୋଲି ଏବେ ଯୋର ପ୍ରଚାର ଚାଲିଛି । ଏଭଳି ପ୍ରଚାର ଉପରେ ମତ ରଖିଛନ୍ତି ଡ.ହର୍ଷବର୍ଦ୍ଧନ ।

ଏପର୍ଯ୍ୟନ୍ତ କୌଣସି ଟୀକା ଆସିନାହିଁ । ଯଦିଓ ଏବେ କିଛି ଟୀକା ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣରେ ଅଛି । ଏହି ପରୀକ୍ଷଣ ମାଧ୍ୟମରେ ଟୀକାର ଦକ୍ଷତା ଏବଂ ନିରାପତ୍ତା ସମ୍ବନ୍ଧରେ ପରୀକ୍ଷଣ କରାଯାଉଛି । ଏହି ପରୀକ୍ଷଣର ଡାଟା ଆସିବା ପରେ ନିଷ୍ପତି ନିଆଯିବ ବୋଲି କହିଛନ୍ତି ହର୍ଷବର୍ଦ୍ଧନ । ଟୀକାର ପରୀକ୍ଷଣ ସଫଳ ହେଲା ପରେ ଯେଉଁ ମାନଙ୍କୁ ସଂକ୍ରମଣ ହେବାର ଆଶଙ୍କା ଅଧିକ ଅଛି ସେମାନଙ୍କୁ ପ୍ରଥମେ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ