Masthead

ଭଙ୍ଗା ଛାତତଳେ ପିଲା ଗଢୁଛନ୍ତି ଭବିଷ୍ୟତ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଶ୍ରେଣୀ ଗୃହ ଅଭାବ । ଭଙ୍ଗା ଛାତତଳେ ପିଲା ଗଢୁଛନ୍ତି ଭବିଷ୍ୟତ । ବିପଦ ସଂକୁଳ ଘରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ରାଜ୍ୟ ସରକାର ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବା କହୁଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ପୁରା ଓଲଟା । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ତୋଟାପଡା ପଞ୍ଚାୟତ ପଞମୁଖା ସରକାରୀ ବିଦ୍ୟାଳୟରେ । ଏହି ସ୍କୁଲ ୧୯୪୪ମସିହାରେ ସ୍ଥାପନ ହୋଇଥିଲା । ପ୍ରଥମେ ଚାଳଘରେ ଶିକ୍ଷାଦାନ ଚାଲୁଥିଲା।

ଏବେ ଏହି ସ୍କୁଲର ୫ଟି କ୍ଲାସ ପାଇଁ ଅଛି ଦୁଇଟି ଶ୍ରେଣୀଗୃହ । ସେଥିରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଅଧୟନ କରୁଛନ୍ତି । ଶ୍ରେଣୀ ଗୃହ ଛାତଫାଟି ଆଁ କରିଛି । ଭୟ ଓ ଆତଙ୍କରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଶ୍ରେଣୀ ଗୃହ ସମସ୍ୟା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଜଣାଇ ଦିଆଯାଇଥିଲେ ମଧ୍ୟ ସୁଫଳ ମିଳୁନାହିଁ। ସରକାର ଯଦି ନୂତନ ଗୃହ ଯୋଗାଇ ଦିଅନ୍ତି, ଛାତ୍ରଛାତ୍ରୀମାନେ ଭଲରେ ଶିକ୍ଷା ଗ୍ରହଣ କରିପାରନ୍ତେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ