Masthead

ମୋଦିଙ୍କୁ ଭେଟି ଫୁଲ୍ ଆଗ୍ରେସନରେ ମନମୋହନ, କହିଲେ ଏଠି ବଦଳିବ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଦିଲ୍ଲୀରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । କହିଲେ ପ୍ରଧାନମନ୍ତ୍ରୀ ଓ ବରିଷ୍ଠ ନେତାଙ୍କ ସହ ଭେଟିଛି । ଓଡ଼ିଶାରେ ସରକାର କରିବା ପାଇଁ ସହଯୋଗ ଦେବେ ବୋଲି କେନ୍ଦ୍ରୀୟ ନେତାମାନେ କହିଛନ୍ତି । ତାଙ୍କ ପାଖରେ ଓଡ଼ିଶାର ସ୍ଥିତି ବିଷୟରେ ତଥ୍ୟ ଅଛି । ଓଡ଼ିଶା ଲୋକ ସରକାର ପରିବର୍ତ୍ତନ ଚାହୁଁଛନ୍ତି ବୋଲି ଦିଲ୍ଲୀ ନେତା ଜାଣିଛନ୍ତି ।

ନେତାମାନେ ଖୋଲା ହୃଦୟରେ ସହାୟତା କରିବେ ବୋଲି କେନ୍ଦ୍ରୀୟ ନେତା ପ୍ରତିଶ୍ରୁତି ଦେଇଛନ୍ତି । ଦିଲ୍ଲୀ ଗସ୍ତ ସଫଳ ହୋଇଛି । କେନ୍ଦ୍ର ନେତୃତ୍ୱ ସିରିୟସ୍ ଅଛନ୍ତି । କର୍ଣ୍ଣାଟକ ନିର୍ବାଚନରେ ବ୍ୟସ୍ତତା କାରଣରୁ ଜେ. ପି. ନଡ୍ଡାଙ୍କ ସହ ଭେଟ ହୋଇନାହିଁ । ଉଭୟ କେନ୍ଦ୍ର ଓ ରାଜ୍ୟରେ ସରକାର ଗଠନ ପାଇଁ ପ୍ଲାନ ଅଛି । କେନ୍ଦ୍ରରେ ପୁଣି ବିଜେପି ସରକାର କରିବ । ଓଡ଼ିଶାରେ ବି ସରକାର ପରିବର୍ତ୍ତନ ହେବ । ରାଜ୍ୟରେ ଡବଲ ଇଞ୍ଜିନ ସରକାର ଲକ୍ଷ୍ୟ ।

୫୧ ପ୍ରତିଶତରୁ ଅଧିକ ଭୋଟ ପାଇଁ ଟାର୍ଗେଟ ରହିଛି । ପର୍ମିଟେସନ୍ ଆଉ କମ୍ବିନେସନର ଆବଶ୍ୟକତା ନାହିଁ । ୫୧ ପ୍ରତିଶତରୁ ଅଧିକ ଭୋଟ ମିଳିଲେ ସରକାର ହୋଇଯିବ । ବିଜେପିକୁ କ୍ଷମତାରୁ ରୋକିବା ପାଇଁ ବିଜେଡ଼ି ଅପପ୍ରଚାର କରୁଛି । ଆଜି ସଂସଦୀୟ ବୋର୍ଡ ବୈଠକ ବସୁଛି । ଦିନେ ଦୁଇ ଦିନ ଭିତରେ ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି