Masthead

ଜଳପ୍ରପାତରୁ ପଥର ଖସି ଜୀବନ ଗଲା

ଖଇରା, (ବଡ଼ ଖବର ବ୍ୟୁରୋ): ଜଳପ୍ରପାତରେ ଗାଧୋଇବା ହେଲା କାଳ। ଗାଧୋଇବା ବେଳେ ଉପରୁ ପଥର ଖସି ଜଣେ ଛାତ୍ରର ଜୀବନ ଯାଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ଖଇରା ଥାନା କୁପାରୀ ଶାରୀଶୁଆ ପାହାଡ଼ରେ ଥିବା କପିଳଝରି ବନ୍ଧନଟା ଜଳପ୍ରପାତରେ। ଖଇରା ବ୍ଲକ ଅନ୍ତରା ଗ୍ରାମର କିଶୋର ଶୁକ୍ଳଙ୍କ ପୁଅ ପୂର୍ଣ୍ଣଚନ୍ଦ୍ର ଶୁକ୍ଳ(୧୫) ଆଜି ଅପରାହ୍ନରେ ନିଜର ସମ୍ପର୍କୀୟଙ୍କ ସହ କୁପାରୀ ଶାରୀଶୁଆ ପାହାଡ଼ରେ ଥିବା ଜଳପ୍ରପାତକୁ ବୁଲିବାକୁ ଯାଇଥିଲେ। ସେଠାରେ ପୂର୍ଣ୍ଣଚନ୍ଦ୍ର ଗାଧୋଇବା ବେଳେ ତାଙ୍କ ମୁଣ୍ଡଉପରେ ଏକ ବଡ଼ପଥର ଖସି ପଡ଼ିଥିଲା। ଘଟଣାସ୍ଥଳରେ ପୂର୍ଣ୍ଣଚନ୍ଦ୍ରଙ୍କ ମୁଣ୍ଡ ଫାଟି ଯାଇଥିଲା । । ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କୁ ଉଦ୍ଧାର କରି ଖଇରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖଇରା ଥାନାର ଏଏସଆଇ ସୁଜାତା ମଲ୍ଲିକ ଡାକ୍ତରଖାନାରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି। ମୃତ ପୂର୍ଣ୍ଣଚନ୍ଦ୍ର ନବମ ଶ୍ରେଣୀରେ ପଢ଼ୁଥିଲେ । ଏହି ଘଟଣା ସ୍ଥାନୀୟଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି ।

ଏହି ଜଳପ୍ରପାତକୁ ପର୍ୟ୍ୟଟନସ୍ଥଳୀର ମାନ୍ୟତା ମିଳିନି । ଏଥିପାଇଁ ବାରମ୍ବାର ଦାବି ହୋଇଆସୁଛି । ମାତ୍ର ଏହାର ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ ପ୍ରତିଦିନ ହଜାର ହଜାର ପର୍ଯ୍ୟଟକ ଆସୁଛନ୍ତି। କିନ୍ତୁ କରୋନା କଟକଣା ନମାନି ସେଠାରେ ପର୍ଯ୍ୟଟକ ଭିଡ଼ ଜମାଉଥିଲେ ମଧ୍ୟ ଖଇରା ପୋଲିସ୍ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି । ଏହା ସହିତ ପ୍ରଶାସନ ତରଫରୁ ପର୍ଯ୍ୟଟକଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦିଆଯାଉ ନଥିବାରୁ ଏଭଳି ଅଘଟଣ ଘଟିଥିବା ସାଧାରଣରେ ଅଭିଯୋଗ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ